ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ। ଏହା ପ୍ରଭାବରେ ଆସନ୍ତାକାଲି ଅର୍ଥାତ୍ ୩୦ ତାରିଖରୁ ଅକ୍ଟୋବର ୩ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସମ୍ଭାବ୍ୟ ବର୍ଷା ସ୍ଥିତିକୁ ଦେଖି ଅକ୍ଟୋବର ୧ରୁ ୨ ତାରିଖ ସକାଳ ଯାଏଁ ରାଜ୍ୟର ୧୦ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲା ଗୁଡ଼ିକ ହେଉଛି, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ, କେଉଁଝର ଏବଂ ମୟୂରଭଞ୍ଜ।
ସୂଚନାଯୋଗ୍ୟ, କିଛି ଦିନ ତଳେ ଆଇଏମଡି ଡିଜି ଆକ୍ଟୋବର ପ୍ରଥମ ସପ୍ତାହରେ ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହେବାର ସମ୍ଭାବନା ଥିବା ସୂଚନା ଦେଇଥିଲେ। ଲଘୁଚାପ କ୍ଷେତ୍ରଟି କ୍ରମେ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ପରେ ଏହା ଅବପାତରେ ପରିଣତ ହେବ ବୋଲି କହିଥିଲେ।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/JBPXjT3
No comments:
Post a Comment