୧୧ ସେପ୍ଟେମ୍ବର, ସୋମବାର: ପୂର୍ବାପେକ୍ଷା ଆୟ ବୃଦ୍ଧି ଘଟିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, September 10, 2023

୧୧ ସେପ୍ଟେମ୍ବର, ସୋମବାର: ପୂର୍ବାପେକ୍ଷା ଆୟ ବୃଦ୍ଧି ଘଟିବ

ମେଷ: ଭାଇ, ବନ୍ଧୁ ତଥା ପରିବାରର ସାହାଯ୍ୟ ସମର୍ଥନ ପାଇ ଅସମ୍ପୂର୍ଣ୍ଣ କାମକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ । କର୍ମକ୍ଷେତ୍ରରେ ପ୍ରତିନ୍ଦ୍ୱନ୍ଦ୍ୱୀମାନେ ପରାଜିତ ହେବେ। ପୂର୍ବରୁ ଦେଖାଦେଇଥିବା ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ । ଛାତ୍ରଛାତ୍ରୀ ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବା ସହ ନୂତନ ନିଯୁକ୍ତି ପାଇବାର ସମ୍ଭାବନା ରହିଛି ।

ବୃଷ: ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମ ଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ଯାହା ଫଳରେ ମନ ଭାରାକ୍ରାନ୍ତ ହେବ । ନିଜର ଲୋକ ପରୋକ୍ଷରେ ସମାଲୋଚନା କରିବା ସହିତ ସଫଳତା ଦିଗରେ ପ୍ରତିବନ୍ଧକ ଆଣିବେ । ଅପରାହ୍ନରେ କୌଣସି ଶୁଭ ସମାଚାର ଶୁଣି ଖୁସି ହେବେ । ଦେବ ଦର୍ଶନ କରିବା ପାଇଁ ଯାଇପାରନ୍ତି ।

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଆର୍ଥିକ ସମସ୍ୟାର ସମାଧାନ ହେବ। କୋର୍ଟକଚେରୀ ମାଲିମକଦ୍ଦମାରେ ବିଜୟୀ ହେବେ । ବିଚାରାଧୀନ ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ । ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତ କ୍ଷେତ୍ରରେ ପ୍ରତିନ୍ଦ୍ୱନ୍ଦ୍ୱୀମାନଙ୍କୁ ପରାସ୍ତ କରି ସୁନାମ ଅର୍ଜନ କରିବେ ।

କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: କର୍ମକ୍ଷେତ୍ରରେ ଉପୁଜିଥିବା ପ୍ରତିବନ୍ଧକକୁ କୌଶଳକ୍ରମେ ସମାଧାନ କରିବେ । ଜୀବନସାଥି ସହିତ କୌଣସି ଦର୍ଶନୀୟ ସ୍ଥାନକୁ ଯାତ୍ରା କରିପାରନ୍ତି । ଯାତ୍ରାରେ ଶୁଭଫଳ ମିଳିବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ପ୍ରତିନ୍ଦ୍ୱନ୍ଦ୍ୱୀମାନେ ପରାଜିତ ହେବେ । ପୂର୍ବାପେକ୍ଷା ଆୟ ବୃଦ୍ଧି ଘଟିବ ।

କୁମ୍ଭ: ପୈତୃକ ଗୃହ କିମ୍ବା ଜମିବାଡ଼ି ସମ୍ପର୍କିତ ପ୍ରସଙ୍ଗକୁ ନେଇ ସମ୍ପର୍କୀୟଙ୍କ ସହ ବାଦ ବିବାଦ ଦେଖାଦେଇପାରେ । କର୍ମକ୍ଷେତ୍ରରେ ଗୁପ୍ତ ଶତ୍ରୁମାନେ ଅସୁବିଧାରେ ପକାଇପାରନ୍ତି । ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ। ମହିଳାମାନେ ଆନନ୍ଦ ଉଲ୍ଲାସରେ ଦିନ କାଟିବେ । ଦେହ ମନ ସୁସ୍ଥ ରହିବ ।

ମୀନ: ଦିନଟି ଆପଣଙ୍କ ପାଇଁ ଲାଭପ୍ରଦ ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ। ବିଦ୍ୟାର୍ଥୀ ବିଦ୍ୟାକ୍ଷେତ୍ରରେ ଆଶାନୁରୂପ ସଫଳତା ହାସଲ କରି ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ । ଆର୍ଥିକ ଅଭିବୃଦ୍ଧି ଘଟିବ ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/QGNdJVv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages