୩୦ ଅଗଷ୍ଟ, ଶନିବାର: ପୁରାତନ ରୋଗ ପୀଡ଼ାରୁ ଉପଶମ ପାଇବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, September 29, 2023

୩୦ ଅଗଷ୍ଟ, ଶନିବାର: ପୁରାତନ ରୋଗ ପୀଡ଼ାରୁ ଉପଶମ ପାଇବେ

ମେଷ: ସାମାଜିକ ସ୍ଥିତି ବଜାୟ ରହିବା ସହ ପାରିବାରିକ ପତିଆରା ଅମଳିନ ରହିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣ କରି ବେଶ୍ ଆନନ୍ଦ ପାଇବେ । ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶମାନ ପ୍ରତିଷ୍ଠା ପ୍ରାପ୍ତି ହେବ ।

ବୃଷ: କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ ଓ ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ । ପାରିବାରିକ ଜୀବନ ଆନନ୍ଦମୟ ହେବାସହ ବ୍ୟବସାୟମାନେ ଅଧିକ ଲାଭ କରିବେ।

ମିଥୁନ: ପୁରାତନ ରୋଗ ପୀଡ଼ାରୁ ଉପଶମ ପାଇବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଜାଗ୍ରତ ହେବ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିପାରିବେ ।

କର୍କଟ: ପରିବାରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟ କରି ହସଖୁସିରେ ଚଳିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହୋଇପାରିବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।

କୁମ୍ଭ: ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧି ହେବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରିପାରିବେ । ଶାରୀରିକ ଅସୁସ୍ଥତା ଅନୁଭବ କରିବା ସହ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି ।

ମୀନ: କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ । ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବା ଫଳରେ ଆୟର ମାର୍ଗ ପ୍ରଶସ୍ତ ହେବ । ପରିଶ୍ରମ ଦ୍ୱାରା କାର୍ଯ୍ୟ ସଫଳ ହେବ ଓ ଭାଇ ଭଳି ଚଳୁଥିବା ବ୍ୟକ୍ତିମାନେ ସହଯୋଗ କରିବେ ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/YUjo0VJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages