ଓଡ଼ିଶାରେ ଆଜିଠୁ ଗଡ଼ିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, September 23, 2023

ଓଡ଼ିଶାରେ ଆଜିଠୁ ଗଡ଼ିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ

ଓଡ଼ିଶାରେ ଆଜିଠାରୁ ଗଡ଼ିବ ଆଉ ଏକ ବନ୍ଦେ ଭାରତ ଏକ୍ସପ୍ରେସ। ଏହା ହେବ ରାଜ୍ୟର ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ପୁରୀରୁ ରାଉରକେଲା ଚାଲିବାକୁ ଥିବା ଏହି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ଆଜି ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦିନ ୧୨ଟା ୪୫ ମିନିଟରେ ଭର୍ଚୁଆଲ ମୋଡରେ ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ସହିତ ଆଜି ସମଗ୍ର ଦେଶରେ ମୋଟ ୯ଟି ବନ୍ଦେ ଭାରତ ଟ୍ରେନ୍‌ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ।

ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍ ଦ୍ୱାରା ପୁରୀ ଓ ରାଉରକେଲା ମଧ୍ୟରେ ଯାତ୍ରା ସମୟ ଯଥେଷ୍ଟ ହ୍ରାସ ପାଇବ। ବନ୍ଦେ ଭାରତ ଏକ୍ସପ୍ରେସ୍ ପୁରୀରୁ ରାଉରକେଲା ୫୦୫ କିଲୋମିଟର ହୋଇଥିବା ବେଳେ ଏହାକୁ ବନ୍ଦେ ଭାରତ ଏକ୍ସପ୍ରେସ ୭ ଘଣ୍ଟା ୪୫ ମିନିଟରେ ଅତିକ୍ରମ କରିବ। ଫଳରେ ତୀର୍ଥଯାତ୍ରୀ, ବ୍ୟବସାୟୀ, ଛାତ୍ରଛାତ୍ରୀ ଏବଂ ପର୍ଯ୍ୟଟକ ବିଶେଷ ଭାବେ ଉପକୃତ ହେବେ।

ଶନିବାରକୁ ଛାଡ଼ିଦେଲେ ଏହି ଟ୍ରେନ୍ ସପ୍ତାହରେ ବାକି ୬ ଦିନ ଚାଲିବ। ଏହା ପ୍ରତ୍ୟହ ପୁରୀରୁ ସକାଳ ୫ଟାରେ ଛାଡ଼ି ରାଉରକେଲାରେ ୧୨ଟା ୪୫ରେ ପହଞ୍ଚିବ। ପରେ ରାଉରକେଲାରୁ ୨ଟା ୧୦ରୁ ଛାଡ଼ି ରାତି ୯ଟା ୪୦ରେ ପୁରୀରେ ପହଞ୍ଚିବ। ଏହି ସେମି ହାଇସ୍ପିଡ୍ ଅତ୍ୟାଧୁନିକ ଟ୍ରେନ୍ ଚାଲିବା ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ଟ୍ରାଏଲ୍ ରନ୍ ଶେଷ କରାଯାଇଛି। 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/KsM29Oh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages