ପ୍ରମିଳା ମଲ୍ଲିକ ହେଲେ ନୂଆ ବାଚସ୍ପତି; ଓଡ଼ିଶା ବିଧାନସଭାରେ ପ୍ରଥମ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, September 21, 2023

ପ୍ରମିଳା ମଲ୍ଲିକ ହେଲେ ନୂଆ ବାଚସ୍ପତି; ଓଡ଼ିଶା ବିଧାନସଭାରେ ପ୍ରଥମ

ଓଡ଼ିଶା ବିଧାନସଭାକୁ ମିଳିଲା ପ୍ରଥମ ମହିଳା ବାଚସ୍ପତି। ଆଜି ବିଧିବଦ୍ଧ ଭାବେ ବାଚସ୍ପତି ଭାବେ ଆସନ ଗ୍ରହଣ କରିଛନ୍ତି ପ୍ରମିଳା ମଲ୍ଲିକା। ସର୍ବ ସମ୍ମତିକ୍ରମେ ପ୍ରମିଳାଙ୍କୁ ବାଚସ୍ପତି ଭାବେ ଚୟନ କରଯାଇଛିା

ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନାଁରେ ପ୍ରସ୍ତାବ ରଖିଥିଲୋ ଯାହାକୁ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଓ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସମର୍ଥନ ଜଣାଇଥିଲୋ

ଗତକାଲି ପ୍ରମିଳା ମଲ୍ଲିକ ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କରିଥିଲେ। ନାମାଙ୍କନ ଦାଖଲ ପୂର୍ବରୁ ସେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ବୁଧବାର ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା।  ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ।

ବିଜେଡିର ପଞ୍ଚମ ପାଳି ସରକାରରେ ରାଜସ୍ୱ ମନ୍ତ୍ରୀ ଥିବା ପ୍ରମିଳା ମଲ୍ଲିକ ୬ ଥର ବିଧାୟିକା ହୋଇଛନ୍ତି। ସେହିଭଳି ବିଜେଡି ସରକାରରେ ଏକାଧିକ ଥର ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱରେ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଛନ୍ତି ବରିଷ୍ଠ ନେତ୍ରୀ ପ୍ରମିଳା ମଲ୍ଲିକ। ପ୍ରମିଳା ହେଉଛନ୍ତି ରାଜ୍ୟର ପ୍ରଥମ ମହିଳା।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/tbPRjwT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages