ଓଡ଼ିଶାର ପ୍ରଧାନ ମହାଲେଖାକାର ଅନନ୍ତ କିଶୋର ବେହେରାଙ୍କ ପରଲୋକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, October 14, 2023

ଓଡ଼ିଶାର ପ୍ରଧାନ ମହାଲେଖାକାର ଅନନ୍ତ କିଶୋର ବେହେରାଙ୍କ ପରଲୋକ

ଭାରତୀୟ ଅଡିଟ ଓ ଏକାଉଣ୍ଟସ ସେବାର ବରିଷ୍ଠ ଅଧିକାରୀ ତଥା ଓଡ଼ିଶାର ପ୍ରଧାନ ମହାଲେଖାକାର (ଲେଖା ଓ ହକଦାରୀ ) ଅନନ୍ତ କିଶୋର ବେହେରାଙ୍କର ଶନିବାର ରାତିରେ ଭୁବନେଶ୍ୱର ଏମ୍ସରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୨ ବର୍ଷ ହୋଇଥିଲା। ସେ ଫୁସ୍‌ଫୁସ୍ ଜନିତ ରୋଗରେ ପୀଡ଼ିତ ଥିଲେ।

ମୃତ୍ୟୁଶଯ୍ୟା ନିକଟରେ ତାଙ୍କର ବଡ଼ ଭାଇ ବିଷ୍ଣୁ ଚରଣ ବେହେରା ଓ ପତ୍ନୀ ଜୟଶ୍ରୀ ପରିଡ଼ା ଉପସ୍ଥିତ ଥିଲେ। ଖବର ପାଇ ପ୍ରଧାନ ମହାଲେଖାକାର (ଅଡିଟ୍‌) ରାଜ କୁମାର, ମହାଲେଖାକାର ବିଶ୍ୱନାଥ ସିଂହ ଜାଦୋନ, ବରିଷ୍ଠ ଉପ-ମହଲେଖାକର ଦୀପକ ରଘୁ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଏମ୍ସରେ ପହଞ୍ଚିଥିଲେ।

ଅନନ୍ତ କିଶୋର ବେହେରା କଟକ ଜିଲ୍ଲା ମାହାଙ୍ଗା ନିକଟବର୍ତ୍ତୀ କୁଆଁପାଳ କୁହୁଣ୍ଡା ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/GyAQTtN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages