ଗତକାଲିର ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ଦିଗରେ ଗତିକରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେଇଛି। ବର୍ତ୍ତମାନ ଏହା ପାରାଦୀପଠୁ ଦକ୍ଷିଣରେ ୬୧୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
ଆଜି ମଧ୍ୟାହ୍ନଠାରୁ ଏହି ଅବପାତଟି ଗତିପଥ ପରିବର୍ତ୍ତନ କରି ଉତ୍ତର-ଉତ୍ତରପୂର୍ବ ଦିଗରେ ବାଂଲାଦେଶ-ପଶ୍ଚିମବଙ୍ଗ ଉପକୂଳକୁ ମୁହାଁଇବା ସମ୍ଭାବନା ରହିଛି। ଅବପାତଟି ଗଭୀର ଅବପାତରେ ପରିଣତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।
ସେ କହିଛନ୍ତି, ଆସନ୍ତାକାଲି ମଧ୍ୟରାତ୍ର ସୁର୍ଦ୍ଧା ଗଭୀର ଅବପାତଟି ଦୁର୍ବଳ ବାତ୍ୟାର ରୂପ ନେଇପାରେ। ଏହା ବାତ୍ୟାର ରୂପ ନେବା ବେଳେ ପବନର ବେଗ ସର୍ବାଧିକ ୮୦ କିମି ରହିପାରେ। ଓଡ଼ିଶା ଉପରେ ବିଶେଷ ପ୍ରଭାବ ରହିବା ସମ୍ଭାବନା ନାହିଁ। ବର୍ଷାର ମାତ୍ରା ମଧ୍ୟ ବିଶେଷ ରହିବ ନାହିଁ। ୨୪ ଓ ୨୫ ତାରିଖରେ ବର୍ଷାର ବିସ୍ତୁତି ସାମାନ୍ୟ ବଢ଼ିବ। ତେବେ ସମୁଦ୍ର ଅଶାନ୍ତ ରହିବ। ତେଣୁ ୨୭ ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/wj3dQsC
No comments:
Post a Comment