ଭିକାରୀ ମୁକ୍ତ ହେବ ରାଜଧାନୀ ଭୁବନେଶ୍ୱର। ରାସ୍ତା କଡ଼ କିମ୍ବା ମନ୍ଦିର ସାମ୍ନାରେ ଆଉ ଭିକ ମାଗିପାରିବେନି ଭିକାରୀ। ରାସ୍ତାରେ ଭିକ ମାଗୁଥିବା ଦେଖିଲେ ଉଠାଇନେବ ବିଏମସି ସ୍କ୍ବାର୍ଡ। କମିଶନରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ବିଏମସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।
ଭିକାରୀମାନଙ୍କୁ ଥଇଥାନ କେନ୍ଦ୍ରରେ ରଖିବା ସହ ରାସ୍ତା କିମ୍ବା ମନ୍ଦିର ଆଖପାଖରେ ଦେଖିଲେ ବିଏମସି ଉଠାଇନେବାକୁ ନିଷ୍ପତ୍ତ ହୋଇଛି। ରାଜଧାନୀର ୩ ଜୋନରେ ତିନୋଟି ସ୍ୱତନ୍ତ୍ର ସ୍କ୍ବାର୍ଡ ବୁଲିବା ସହ ଭିକାରୀଙ୍କ ଉପରେ ନଜର ରଖିବ। ବିଏମସି ଅଧୀନରେ ଥିବା ୫ଟି ଭିକାରୀ ଥଇଥାନ କେନ୍ଦ୍ରରେ ଏମାନଙ୍କୁ ରଖାଯିବ। ପୂଜା ପୂର୍ବରୁ ଦର୍ଶନାର୍ଥୀ ଯେପରି ଅସୁବିଧାର ସାମ୍ନା ନ କରନ୍ତୁ ସେଥିପାଇଁ ଏହି ନିଷ୍ପତ୍ତି ନେଇଛି ବିଏମସି।
ରଙ୍ଗ ବଜାର,ଅନ୍ଧାରୁଆ, ନିଳାଦ୍ରୀବିହାର, ପିଡବ୍ଲୁଡି କଲୋନୀ ଭଳି ଅଞ୍ଚଳରେ ଭିକାରି ଥଇଥାନ କେନ୍ଦ୍ର ରହିଛି।।ପ୍ରତ୍ୟେକ କେନ୍ଦ୍ରରେ ଶହେ ଲେଖାଏଁ ଭିକାରୀ ରହିବା ବ୍ୟବସ୍ଥା ରହିଛି। କିଛି ଭିକାରୀଙ୍କ ପରିବାର ସହ ଯୋଗାଯୋଗ କରାଇ ସେମାନଙ୍କୁ ଘରେ ଛାଡି ଦିଆଯାଇଛି। ଯଦି କୌଣସି ପରିବାର ଘରେ ଛାଡି ଦିଆଯାଇଥିବା ଭିକାରୀଙ୍କୁ ପୁଣି ଭିକ୍ଷାବୃତ୍ତି ପାଇଁ ପଠାନ୍ତି, ତେବେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଏମସି ପକ୍ଷରୁ କୁହାଯାଇଛି।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/g1MERAL
No comments:
Post a Comment