ରାସ୍ତାକଡ଼କୁ ଓଲଟି ପଡ଼ିଲା ଗୋରୁ ବୋଝେଇ କଣ୍ଟେନର; ୪ ମୃତ, ୨ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 12, 2023

ରାସ୍ତାକଡ଼କୁ ଓଲଟି ପଡ଼ିଲା ଗୋରୁ ବୋଝେଇ କଣ୍ଟେନର; ୪ ମୃତ, ୨ ଗୁରୁତର

ସମ୍ବଲପୁର ଜିଲ୍ଲା କଟାପାଲି ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋରୁ ବୋଝେଇ କଣ୍ଟେନରଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିବାରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାରେ ୩୦ରୁ ୪୦ ଗୋରୁଙ୍କ ମୃତ୍ୟୁ ଘଟିଛି।

ଗତକାଲି ବିଳମ୍ବିତ ରାତିରେ ଗୋରୁ ବୋଝେଇ କଣ୍ଟେନରଟି ଶହେରୁ ଅଧିକ ଗୋରୁ ନେଇ ବରଗଡ଼ରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିଲା। ଏହି ସମୟରେ କଟାପାଲି ନିକଟରେ କଣ୍ଟେନର ରାସ୍ତାକଡ଼କୁ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୪ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଥିଲେ। ଦୁର୍ଘଟଣାରେ ୩୦ରୁ ୪୦ ଗୋରୁଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଗୋରୁ ଆହତ ହୋଇଥିଲେ। ଆହତ ଗୋରୁଙ୍କ ଚିକିତ୍ସା କରଯାଉଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

ପ୍ରତି ଗୁରୁବାର ଟ୍ରକ୍ ହେଉବା କଣ୍ଟେନରରେ ଗୋରୁ ବୋଝେଇ ହୋଇ ବରଗଡ଼ରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।
 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/OgRXtcv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages