କୋଟିପତି ପବ୍ଲିକ ହେଲ୍‌ଥ ଅଫିସର, ଘରୁ ମିଳିଲା ପୁଳାପୁଳା ଟଙ୍କାକୁ ବିଦେଶୀ ନୋଟ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 12, 2023

କୋଟିପତି ପବ୍ଲିକ ହେଲ୍‌ଥ ଅଫିସର, ଘରୁ ମିଳିଲା ପୁଳାପୁଳା ଟଙ୍କାକୁ ବିଦେଶୀ ନୋଟ୍‌

କୋଟିପତି ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀଙ୍କୁ ଗତକାଲିଠୁ ଘାଣ୍ଟୁଛି ସିବିଆଇ। ବର୍ତ୍ତମାନ ସୁଦ୍ଧା ତାଙ୍କ ଘରୁ ପୁଳା ପୁଳା ଟଙ୍କା ମିଳିବା ସହ ଫରେନ କରେନ୍ସି ଜବତ କରାଯାଇଛି। ଏହାସହରାଜେନ୍ଦ୍ରଙ୍କ ଘରୁ ଲକ୍ଷ ଲକ୍ଷ ଟଙ୍କାର ଦାମୀ ବିଦେଶୀ ମଦ ଓ ଦାମୀ ସିଗାରେଟ ସିବିଆଇକୁ ମିଳିଛି। ଯାହାକୁ ଦେଖି ତାଜୁବ ହୋଇଯାଇଛନ୍ତି ସିବିଆଇ ଅଧିକାରୀ। ଆଜିବି ରାଜେନ୍ଦ୍ରଙ୍କୁ ମରାଥନ୍‌ ଜେରା କରୁଛି ସିବିଆଇ।

ଜାହାଜର କ୍ରିଉ ମେମ୍ବରଙ୍କୁ କୋଭିଡ୍ କ୍ଲିୟରାନ୍ସ ସାର୍ଟିଫିକେଟ ଦେବାକୁ ଆର୍‌.ଏନ୍ ପାଣିଗ୍ରାହୀ ଉକ୍ତ ଶିପିଂ ଏଜେଣ୍ଟଙ୍କୁ ମାଗିଥିଲେ ଲକ୍ଷେରୁ ଅଧିକ ଟଙ୍କା। ୭୦ ଜଣ କ୍ରିଉ ମେମ୍ବରଙ୍କୁ କୋଭିଡ୍ କ୍ଲିୟରାନ୍ସ ସାର୍ଟିଫିକେଟ ଦେବାକୁ ଜଣ ପିଛା ୧୫୦୦ ଟଙ୍କା ଲେଖାଏଁ ଦେବାକୁ କହିଥିଲେ।

ଗତକାଲି ଶିପିଂ ଏଜେଣ୍ଟଙ୍କ ଠାରୁ ରାଜେନ୍ଦ୍ର ୫୦ ହଜାର ଟଙ୍କା ଲାଞ୍ଚ ଦେଉଥିଲେ। ଏହି ସମୟରେ ଛକି ରହିଥିବା ସିବିଆଇ ଅଧିକାରୀ ନାରାୟଣ ଲାଞ୍ଚ ନେବାବେଳେ ମାଡ଼ି ବସିଥିଲେ। ତାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ୧୦ ଜଣିଆ ସିବିଆଇ ଟିମ୍‌ ଡକ୍ଟର ଆର୍‌.ଏନ୍ ପାଣିଗ୍ରାହୀଙ୍କୁ ପଚରାଉଚରା କରିଥିଲେ।

ଏହାସହ ଗତକାଲି ରାଜେନ୍ଦ୍ରଙ୍କ ପାରାଦୀପରେ ଅଫିସ୍ ସମେତ ଜେ.ବି କଲୋନୀରେ ଥିବା କ୍ୱାର୍ଟର୍ସ ଓ ହାଉସିଂ ବୋର୍ଡ କଲୋନୀରେ ଥିବା ଭଡ଼ା ଘରେ ମଧ୍ୟ ଚଢ଼ାଉ କରାଯାଇଥିଲା। ଚଢ଼ାଉବେଳେ ଦୁଇଟି ଘରୁ ଲକ୍ଷ ଲକ୍ଷ ଟଙ୍କାର ଦାମୀ ବିଦେଶୀ ମଦ ଓ ଦାମୀ ସିଗାରେଟ ମିଳିଛି। ଏହାସହ ବିଛଣା ତଳୁ, ବାଥରୁମରୁ କୋଟିଏ ପାଖାପାଖି ଟଙ୍କା ସହ ବିପୁଳ ପରିମାଣର ଫରେନ କରେନ୍ସି ଜବତ କରାଯାଇଛି। 

ପାରାଦୀପ ବ୍ୟତୀତ ବାଲେଶ୍ୱର ଓ କଟକରେ ଥିବା ଘରେ ମଧ୍ୟ ସିବିଆଇ ଚଢ଼ାଉ କରି ବିପୁଳ ଟଙ୍କା ଓ ସୁନା ଅଳଙ୍କାର ଜବତ କରିଥିବା ସୂଚନା ମିଳିଛି। ଏହାସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଏବଂ କମ୍ପ୍ୟୁଟର ହାର୍ଡ ଡିସ୍କ ସିବିଆଇ ଜବତ କରିଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/Mhzi0LA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages