ଆଜି ପବିତ୍ର ମହାଳୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 13, 2023

ଆଜି ପବିତ୍ର ମହାଳୟା

ଆଜି ହେଉଛି ପବିତ୍ର ମହାଳୟା। ଆଶ୍ୱିନ ମାସର ଅମାବାସ୍ୟା ତଥା ପିତୃପକ୍ଷର ଶେଷ ଦିନ। ଆଶ୍ୱିନ ମାସର ଅନ୍ଧାର ପକ୍ଷରେ ପିତୃ ପୁରୁଷଙ୍କୁ ଶ୍ରାଦ୍ଧ ଦେବାର ପରମ୍ପରା ଅଛି। ଯଦି କିଏ ଦେଇପାରିନଥିବ, ତେବେ ଆଜି ହେଉଛି ଶ୍ରାଦ୍ଧ ଦେବାର ଶେଷ ଦିନ। ମହାଳୟାରେ ପିତୃ ପୁରୁଷ ଓ ମାମୁ ଘର ତିନି ପୁରୁଷଙ୍କୁ ପିଣ୍ଡଦାନ କରିବାର ପରମ୍ପରା ରହିଛି।

ପିଣ୍ଡଦାନ କଲେ ପରଲୋକଗତ ଆତ୍ମାର ସଦଗତି ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। ଏହି ପରିପ୍ରେକ୍ଷୀରେ ପବିତ୍ର ସ୍ଥାନଗୁଡ଼ିକରେ ଶ୍ରଦ୍ଧାଳୁମାନେ ପିଣ୍ଡଦାନ କରୁଛନ୍ତି। ଆଜି ଶ୍ରୀମନ୍ଦିର ଉତ୍ତରଦ୍ୱାର ନିକଟ ଓ ମହୋଦଧି, ନରେନ୍ଦ୍ର, ଶ୍ୱେତଗଙ୍ଗା, ଇନ୍ଦ୍ରଦ୍ୟୁମ୍ନ, ମାର୍କଣ୍ଡେୟ ଆଦି ତୀର୍ଥ ପୁଷ୍କରିଣୀ ମାନଙ୍କରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ  ଓ ଶ୍ରାଦ୍ଧ ପ୍ରଦାନ କରାଯାଉଛି।

ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥିଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ ଭାବେ ପାଳନ କରାଯାଇଥାଏ। ଯେଉଁ ତିଥିରେ ଯାହାଙ୍କର ପିତା ମାତା ମୃତ୍ୟୁବରଣ କରିଥାନ୍ତି ସେହି ତିଥିରେ ଶ୍ରାଦ୍ଧ କରିବାର ପରମ୍ପରା ରହିଛି।

ମହାଳୟାରେ ଆଜି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ ହୋଇଥାଏ। କେବଳ ବର୍ଷକରେ ଗୋଟିଏ ଥର ଆଜିର ଦିନରେ ସମଲେଶ୍ୱରୀ ଏହି ଧବଳମୁଖୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏହି ଦିନ ମାଆଙ୍କୁ ଶଙ୍ଖ, ଗୋପୀ ତିଳକରେ ମାଆଙ୍କୁ ଧଳା
ପ୍ରଲେପ ଦିଆଯାଇଥାଏ।

ଏଥି ସହିତ ଧଳା ରଙ୍ଗର ଫୁଲ ମାଆଙ୍କୁ ଅର୍ପଣ କରାଯାଏ।ସମଲେଶ୍ୱରୀଙ୍କ ଏହି ବେଶକୁ ଗଙ୍ଗା ବେଶ ମଧ୍ୟ କୁହାଯାଇଥାଏ। ପବିତ୍ର ଗଙ୍ଗା ଦେଖିନଥିବା
ବ୍ୟକ୍ତି ପିତୃପକ୍ଷରେ ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ ଦର୍ଶନ କଲେ ଗଙ୍ଗା ଦର୍ଶନର ପୁଣ୍ୟ ମିଳେ ବୋଲି ବିଶ୍ୱାସ ଅଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/P93ySIO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages