ଗଭୀର ଅବପାତ ଆଜି ନେଇପାରେ ବାତ୍ୟାର ରୂପ, ୨୫ ଯାଏଁ ହୋଇପାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 22, 2023

ଗଭୀର ଅବପାତ ଆଜି ନେଇପାରେ ବାତ୍ୟାର ରୂପ, ୨୫ ଯାଏଁ ହୋଇପାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା

ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଗଭୀର ଅବପାତଟି ଆଗାମୀ ୧୮ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେଇପାରେ। ସକ୍ରିୟ ଗଭୀର ଅବପାତଟି ଗତ ୬ ଘଣ୍ଟା ମଧ୍ୟରେ ସ୍ଥିର ରହିଥିବା ବେଳେ ପାରାଦୀପ ଠାରୁ ୪୩୦ କିଲୋମିଟର ଦୂରରେ ରହିଛି। ଆଜି ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ବାଂଲାଦେଶ ଓ ନିକଟବର୍ତ୍ତୀ ପଶ୍ଚିମବଙ୍ଗ ତଟ ଆଡ଼କୁ ମୁହାଁଇବ ବୋଲି ଅନୁମାନ କରାଯାଉଛି। ୨୫ ତାରିଖରେ ସମ୍ଭାବ୍ୟ ବାତ୍ୟା ଖେପୁପରା ଓ ଚିଟ୍ଟାଗଙ୍ଗ ମଧ୍ୟରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଓଡ଼ିଶା ଓ ପଡ଼ୋଶୀ ପଶ୍ଚିମବଙ୍ଗରେ ଆଜିଠୁୁ ୨୫ ତାରିଖ ଯାଏଁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିଭଳି ଆଜି କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଏବଂ ୨୪ ଓ ୨୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ତାରିଖ ଅର୍ଥାତ ଆସନ୍ତାକାଲି ଦଶହରାରେ ଉପକୂଳବର୍ତ୍ତୀ ଓଡ଼ିଶା ଓ ସନ୍ନିକଟ ପଶ୍ଚିମବଙ୍ଗରେ ଘଣ୍ଟାପ୍ରତି ୪୫ରୁ ୫୫ କିମି ଓ ବେଳେ ବେଳେ ୬୫ କିମି ବେଗରେ ପବନ ହୋଇପାରେ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।  



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/8vlBqzA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages