ଆନ୍ଧ୍ରରେ ଟ୍ରେନ୍ ଟ୍ରାଜେଡି ଘଟଣା; ମୃତକଙ୍କ ସଂଖ୍ୟା ୧୩ ଛୁଇଁଲା, ୫୦ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, October 29, 2023

ଆନ୍ଧ୍ରରେ ଟ୍ରେନ୍ ଟ୍ରାଜେଡି ଘଟଣା; ମୃତକଙ୍କ ସଂଖ୍ୟା ୧୩ ଛୁଇଁଲା, ୫୦ ଗୁରୁତର

ଆନ୍ଧ୍ରପ୍ରଦେଶର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଗତ ରାତିରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ୧୩ ଛୁଇଁଛି। ମୃତକଙ୍କ ମଧ୍ୟରେ ୨ଜଣ ରେଳ କର୍ମଚାରୀ ଅଛନ୍ତି । ସେମାନଙ୍କ ମଧ୍ୟରେ ବିଶାଖାପାଟଣା-ରାୟଗଡାର ଲୋକୋ ପାଇଲଟ୍ ଓ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନର ଗାର୍ଡଙ୍କ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି।

ଏହି ଦୁର୍ଘଟଣାରେ ୫୦ରୁ ଊର୍ଦ୍ଧ୍ୱ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ସୂଚନା ମିଳିଛି ।

ଗତକାଲି ସନ୍ଧ୍ୟା ପ୍ରାୟ ୭ଟାରେ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌ ନିର୍ଦ୍ଧାରିତ ସମୟରେ ବିଶାଖାପାଟଣାଠାରୁ ଛାଡ଼ିଥିଲା। ପଲାସା ପାସେଞ୍ଜର ଛାଡ଼ିବାର ୧୫ ମିନିଟ୍‌ ପରେ ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନ୍‌ ଛାଡ଼ିଥିଲା। କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍‌ଠାରୁ ୨୦୦ ମିଟର ଦୂରରେ ପଲାସା ପାସେଞ୍ଜର ଟ୍ରେନ୍‌ଟି ଛିଡ଼ା ହୋଇଥିଲା। ଠିକ୍‌ ସେହି ସମୟରେ ସେହି ଟ୍ରାକ୍‌ରେ ଆସୁଥିବା ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନ୍‌ଟି ପଲାସା ପାସେଞ୍ଜରକୁ ଧକ୍କା ଦେଇଥିଲା।

ଦୁର୍ଘଟଣା ଯୋଗୁ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ ହୋଇ ଅନ୍ୟ ଟ୍ରାକ୍‌କୁ ପଳାଇ ଯାଇଥିଲା। ଠିକ୍‌ ସେହି ସମୟରେ ଆସୁଥିବା ମାଲ୍‌ବାହୀ ଗାଡି ବଗି ଦୁଇଟିକୁ ଧକ୍କା ଦେଇଥିଲା। ସେପଟେ ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନ୍‌ର ଇଞ୍ଜିନ୍‌ଟି ଲାଇନ୍‌ଚ୍ୟୁତ ହୋଇଥିଲା।

ଦୁର୍ଘଟଣା ଖବର ପାଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍‌ ଜଗନମୋହନ ରେଡ୍ଡି ଗୁରୁତରଙ୍କୁ ତତ୍କାଳ ସ୍ୱାସ୍ଥ୍ୟ ସୁବିଧା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଏପରିକି ବିଶାଖାପାଟଣା ଓ ବିଜୟ ନଗରରୁ ଘଟଣାସ୍ଥଳକୁ ଆମ୍ବୁଲାନ୍ସ ପଠା ଯାଇଥିବା ବେଳେ ଗୁରୁତରଙ୍କୁ ସଙ୍ଗେସଙ୍ଗେ ଆଖପାଖ ହସ୍ପିଟାଲରେ ଭର୍ତ୍ତି କରିବାକୁ ନିର୍ଦ୍ଦେଶ ଦେଇଥିଲେ। 

ଦୁର୍ଘଟଣା ଖବର ପାଇଁ ସ୍ଥାନୀୟ ପ୍ରଶାସନ ଓ ରେଳ ବିଭାଗ ପକ୍ଷରୁ  ତୁରନ୍ତ ଉଦ୍ଧାର ଆରମ୍ଭ କରାଯାଇଥଲା । ପରେ ଏଥିରେ ଏସଡିଆରଏଫ୍ ଓ ଏନଡିଆରଏଫ୍ ଟିମ୍ ସାମିଲ ହୋଇଥିଲେ ।

ଏହି ଦୁର୍ଘଟଣାରେ ମୃତ ଆନ୍ଧ୍ରପ୍ରଦେଶ ବାସିନ୍ଦାଙ୍କୁ ୧୦ ଲକ୍ଷ ଲେଖା ସହାୟତା ସମେତ ଅନ୍ୟ ରାଜ୍ୟର ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ପ୍ରଦାନ କରିବାକୁ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଗୁରୁତରଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରିବାକୁ ବି ସେ ନିର୍ଦ୍ଦେଶ ଦେଇଛନ୍ତି।

ଏହା ପୂର୍ବରୁ ଜୁନ୍‌ ମାସରେ ବାଲେଶ୍ୱରରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ଶତାଧିକ ଲୋକଙ୍କ ଜୀବନ ଅକାଳରେ ଚାଲି ଯାଇଥିଲା। ଏହାପରେ ଗତ ୧୧ ତାରିଖରେ ବିହାରର ବକ୍ସର ଜିଲ୍ଲାରେ ବି ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିଲା।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/GL5XtKS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages