ଆଜି କୁମାର ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ, ୯ଘଣ୍ଟା ପୂର୍ବରୁ ପାକ ନିଷେଧ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, October 27, 2023

ଆଜି କୁମାର ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ, ୯ଘଣ୍ଟା ପୂର୍ବରୁ ପାକ ନିଷେଧ

ଆଜି ପବିତ୍ର କୁମାର ପୂର୍ଣ୍ଣିମା। ଓଡ଼ିଶାରେ କୁମାର ପୂର୍ଣ୍ଣିମାକୁ କୁମାରୀ କନ୍ୟାମାନଙ୍କର ପର୍ବ ରୂପେ ବିବେଚନା କରାଯାଏ । କୁମାରୀମାନେ ସୁନ୍ଦର ବର ପାଇବା ଉଦ୍ଦେଶ୍ୟରେ କାର୍ତ୍ତିକେୟଙ୍କୁ ଆରାଧନା କରିବା ସହ ଚନ୍ଦ୍ର ପୂଜା ମଧ୍ୟ କରିଥାନ୍ତି । ଆଉ ପୂର୍ଣ୍ଣିମାରେ ଏଥର ଚନ୍ଦ୍ରଗ୍ରହଣ ବି ଲାଗୁଛି।

ରାତି ୧ଟା ୦୫ମି ୨୩ ସେକେଣ୍ଡରେ ଗ୍ରହଣ ସ୍ପର୍ଶ ହେବ। ରାତି ୧ଟା ୪୪ମି. ୦୩ ସେକେଣ୍ଡରେ ମଧ୍ୟାନ୍ତର ହୋଇ ରାତି ୨ଟା ୨୨ମିନିଟ୍ ୩୮ ସେକେଣ୍ଡରେ ସର୍ବମୋକ୍ଷ ହେବ। ଗ୍ରହଣର ଅବଧି ରହିବ ମୋଟ୍ ୧ ଘଣ୍ଟା ୧୯ ମିନିଟ୍। ତେଣୁ ଗ୍ରହଣ ସ୍ପର୍ଶର ୯ଘଣ୍ଟା ପୂର୍ବରୁ ପାକ ନିଷେଧ କରାଯାଇଛି।

ଅପରାହ୍ନ ୪ଟା ୦୫ ରୁ ହାଣ୍ଡିଛାଡ଼ ଥିବା ବେଳେ ରାତି ୨ଟା ୨୩ ମିନିଟ୍ ପର୍ଯ୍ୟନ୍ତ ଭୋଜନ ଓ ଦେବନୀତି ସମ୍ପୂର୍ଣ୍ଣ ନିଷେଧ ରହିବ। କିନ୍ତୁ ରୋଗୀ, ବୃଦ୍ଧ, ଶିଶୁମାନଙ୍କ ପାଇଁ ଏହା ବାଧ୍ୟତାମୂଳକ ନୁହେଁ।

ଗ୍ରହଣ ସର୍ବମୋକ୍ଷ ପରେ ରାତି ୨ଟା ୨୪ ମିନିଟ୍ ପରେ ସ୍ନାନାଦି କର୍ମ ସାରି ପୁଣି ପୂଜାନୀତି ଓ ରୋଷେଇ କରିହେବ। ଏଥର ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ଦର୍ଶନ ମିଥୁନ, କର୍କଟ, ସିଂହ, ତୁଳା, ବିଛା, ଧନୁ, କୁମ୍ଭ ଓ ମୀନ ରାଶିର ଲୋକଙ୍କ ପାଇଁ ଶୁଭଙ୍କର।

ଚନ୍ଦ୍ରଗ୍ରହଣ ଭାରତ ସମେତ ପଶ୍ଚିମ ପ୍ରଶାନ୍ତ ମହାସାଗର, ଅଷ୍ଟ୍ରେଲିଆ, ଏସିଆ, ୟୁରୋପ, ଆଫ୍ରିକା, ପୂର୍ବ ଦକ୍ଷିଣ ଆମେରିକା, ଉତ୍ତର ପୂର୍ବ ଉତ୍ତର ଆମେରିକାରେ ଦୃଶ୍ୟମାନ ହେବ। ଚନ୍ଦ୍ରଗ୍ରହଣ ଭାରତର ସମସ୍ତ ସ୍ଥାନରୁ ମଧ୍ୟରାତ୍ରିରେ ଦେଖାଯିବ। ପରବର୍ତ୍ତୀ ଚନ୍ଦ୍ର ଗ୍ରହଣ ୨୦୨୫ ସେପଟେମ୍ବର ୭ରେ ଦୃଶ୍ୟମାନ ହେବ।

ଚନ୍ଦ୍ରଗ୍ରହଣ ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତି । ଆଜି ଚକ୍ରରାଜ ସୁଦର୍ଶନ ଚାରି ଆଶ୍ରମ ପରିକ୍ରମା କରି ରତ୍ନ ସିଂହାସନରେ ବିଜେ କରିବେ। ଯାହା ଗ୍ରହଣ ସ୍ପର୍ଶର ୯ ଘଣ୍ଟା ପୂର୍ବରୁ ପାକ ତ୍ୟାଗ ସମୟ ଦିନ ୪ଟା ୪ମିନିଟ୍ ୫୫ ସେକେଣ୍ଡ ପୂର୍ବରୁ ସମ୍ପନ୍ନ ହେବ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/5AK0Qcr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages