‘ଅପରେସନ୍ ଅଜୟ’, ପ୍ରଥମ ବ୍ୟାଚରେ ଇସ୍ରାଏଲରୁ ଫେରିଲେ ୨୧୨ ଭାରତୀୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, October 12, 2023

‘ଅପରେସନ୍ ଅଜୟ’, ପ୍ରଥମ ବ୍ୟାଚରେ ଇସ୍ରାଏଲରୁ ଫେରିଲେ ୨୧୨ ଭାରତୀୟ

ଯୁଦ୍ଧର ଘମାଘୋଟ ଭିତରେ ‘ଅପରେସନ୍ ଅଜୟ’ ଜରିଆରେ ସ୍ୱଦେଶ ଫେରିଛନ୍ତି ପ୍ରଥମ ବ୍ୟାଚ୍‌ ଭାରତୀୟ। ପ୍ରଥମ ବ୍ୟାଚରେ ଇସ୍ରାଏଲରୁ ଭାରତ ଫେରିଛନ୍ତି ୨୧୨ ଜଣ ଭାରତୀୟ ।

ଅପରେସନ୍ ଅଜୟର ପ୍ରଥମ ବ୍ୟାଚରେ ୨୧୨ ଜଣ ଭାରତୀୟଙ୍କୁ ଇସ୍ରାଏଲରୁ ଉଦ୍ଧାର କରି ଭାରତ ଅଣାଯାଇଛି। ଗତ ରାତି ୯ଟାରେ ଏକ ସ୍ୱତନ୍ତ୍ର ଚାର୍ଟର ବିମାନ ବେନ୍ ଗୁରିଅନ୍ ଏୟାରପୋର୍ଟରୁ ଉଡ଼ିବା ଆରମ୍ଭ କରିଥିଲା। ଏହା ଆଜି ସକାଳୁ ଭାରତରେ ଅବତରଣ କରିଛି।  କେନ୍ଦ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଏୟାରପୋର୍ଟରେ ଉପସ୍ଥିତ ରହି ଭାରତ ଫେରିଥିବା ନାଗରିକଙ୍କୁ ସ୍ୱାଗତ ଜଣାଇଛନ୍ତି। ପ୍ରଥମ ବ୍ୟାଚ୍‌ରେ ଫେରିଥିବା ଭାରତୀୟଙ୍କ ମଧ୍ୟରେ ୨୧୧ ବୟସ୍କ ଓ ଜଣେ ଶିଶୁ ଥିବା ଜଣାଯାଇଛି। 

ଅପରେସନ୍ ଅଜୟରେ ସ୍ୱଦେଶ ଫେରିବାକୁ ଇଚ୍ଛୁକ ଭାରତୀୟଙ୍କ ଲାଗି ଇସ୍ରାଏଲରୁ ମାଗଣାରେ ଚାର୍ଟର ଫ୍ଲାଇଟ ଓ ଅନ୍ୟ ବନ୍ଦୋବସ୍ତ କରିଛନ୍ତି କେନ୍ଦ୍ର ସରକାର । ସେପଟେ ତେଲ୍-ଅଭିଭ୍ ଓ ରାମାଲାରେ ସହାୟତା ଓ ପଞ୍ଜୀକରଣ ବ୍ୟବସ୍ଥା ହୋଇଥିବା ବେଳେ ଦିଲ୍ଲୀରେ ଖୋଲିଛି ୨୪ ଘଣ୍ଟିଆ କଣ୍ଟ୍ରୋଲରୁମ୍ ।

ସୂଚନା ଅନୁସାରେ, ଇସ୍ରାଏଲରେ ପ୍ରାୟ ୧୮ରୁ ୨୦ ହଜାର ଭାରତୀୟ ରହୁଥିବା ବେଳେ, ସେମାନଙ୍କ ମଧ୍ୟରୁ ପ୍ରାୟ ୧୪ ହଜାର ଲୋକ ଇସ୍ରାଏଲୀ ବୟୋବୃଦ୍ଧଙ୍କ କେୟାର ଗିଭର୍ ଭାବେ କାର୍ଯ୍ୟ କରନ୍ତି। ଅନ୍ୟମାନେ ମୁଖ୍ୟତଃ ହୀରା ବ୍ୟବସାୟୀ, ଆଇଟି ପ୍ରଫେସନାଲ୍ ଓ ଡାକ୍ତରୀ ଛାତ୍ରଛାତ୍ରୀ। ସୁରକ୍ଷିତ ଭାବେ ଇସ୍ରାଏଲରୁ ନିଜ ଦେଶକୁ ଫେରିଥିବା  ଭାରତୀୟ କେନ୍ଦ୍ର ସରକାରଙ୍କ ସମେତ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। 

ପୂର୍ବରୁ ମଧ୍ୟ ବିଭିନ୍ନ ଦେଶରେ ଯୁଦ୍ଧସ୍ଥିତି ବେଳେ ଭାରତୀୟଙ୍କୁ ଉଦ୍ଧାର ଲାଗି ବିଭିନ୍ନ ଅପରେସନ ସଫଳ ହୋଇଥିଲା। ଆଫଗାନିସ୍ତାନରୁ ଅପରେସନ ଦେବୀ ଶକ୍ତି, ୟୁକ୍ରେନରୁ ଅପରେସନ ଗଙ୍ଗା ଏବଂ ସୁଦାନରୁ ଅପରେସନ କାବେରୀ ଜରିଆରେ ପ୍ରବାସୀ ଭାରତୀୟଙ୍କୁ ଉଦ୍ଧାର କରାଯାଇଥିଲା । ଆଉ ଏବେ ଇସ୍ରାଏଲରୁ ଉଦ୍ଧାର ପାଇଁ ଆରମ୍ଭ ହୋଇଛି ଅପରେସନ ଅଜୟ ।

ଗତ ଶନିବାରଠୁ ଇସ୍ରାଏଲ ଓ ପାଲେଷ୍ଟାଇନ୍‌ ମଧ୍ୟରେ ଚାଲିଥିବା ଏହି ଘମାଘୋଟ ଯୁଦ୍ଧରେ ଉଭୟ ପକ୍ଷର ବହୁ ଲୋକଙ୍କ ମୃତ୍ୟୁ ହୋଇ ସାରିଥିବା ବେଳେ ବହୁ ଭାରତୀୟ ବି ସେଠାରେ ଫସି ରହିଛନ୍ତି। ସେମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରି ସ୍ୱଦେଶ ଫେରାଇ ଆଣିବାକୁ ଭାରତ ସରକାର ତତ୍ପରତା ପ୍ରକାଶ କରିଛନ୍ତି।  



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/jB0DdvU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages