ନୟାଗଡ ଖଣ୍ଡପଡ଼ା ରୋଡରେ ଥିବା ଏକ ବସ୍ତ୍ରାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ କୋଟିଏରୁ ଅଧିକ ଟଙ୍କାର ଲୁଗାପଟା ଜଳିଯାଇଥିବା ଜଣାପଡ଼ିଛି। ଦୀର୍ଘ ସମୟର ଆକ୍ରନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ।
ଗତକାଲି ରାତି ୧୦ଟାରେ ଦୋକାନ ମାଲିକ ଏବଂ କର୍ମଚାରୀ ଦୋକାନ ବନ୍ଦ କରି ଘରକୁ ଯାଇଥିଲେ। ରାତି ପ୍ରାୟ ୩ଟା ସମୟରେ ସ୍ଥାନୀୟ ଲୋକମାନେ ଦୋକାନରୁ ଧୂଆଁ ବାହାରୁଥିବା ଦେଖି ମାଲିକଙ୍କୁ ଖବର ଦେଇଥିଲେ।
ଦୋକାନ ମାଲିକ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ୪ଟି ଅଗ୍ନିଶମ ବାହିନୀ ପହଞ୍ଚି ପ୍ରାୟ ୪ ଘଣ୍ଟାର ଆକ୍ରାନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରାଯାଇଥିଲା। ଅଧିକ ଧୂଆଁ ବାହାରୁଥିବାରୁ ନିଆଁକୁ ଆୟତ୍ତ କରିବା କଷ୍ଟକର ହୋଇପଡ଼ିଥିଲା। ଦୋକାନରେ କିପରି ନିଆଁ ଲାଗି ତାର କାରଣ ଜଣାପଡ଼ି ନାହିଁ। ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/HlQ89RW
No comments:
Post a Comment