ସରଗରମ ହେବ ବିଧାନସଭା;ଆଜି ଗୃହରେ ଉପସ୍ଥାପିତ ହେବ CAG ରିପୋର୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, October 2, 2023

ସରଗରମ ହେବ ବିଧାନସଭା;ଆଜି ଗୃହରେ ଉପସ୍ଥାପିତ ହେବ CAG ରିପୋର୍ଟ

ଦୁଇ ଦିନ ପରେ ଆଜି ପୁଣି ସରଗରମ ହୋଇପାରେ ବିଧାନସଭାର ମୌସୁମୀ ଅଧିବେଶନ। ଆଜି ଅତିରିକ୍ତ ବଜେଟକୁ ଗୃହର ମଂଜୁରୀ ମିଳିବ। ତେବେ ଦୁଇ ବିଧାୟକଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର ଦାବିରେ ବିଜେପି ଗୃହକୁ ଅଚଳ କରିପାରେ। ତେଣୁ ବିଧାନସଭା ସରଗରମ ରହିବ ବୋଲି ଆଶା କରାଯାଉଛି।

ଆଜି ପ୍ରଶ୍ନକାଳରେ ପଞ୍ଚାୟତରାଜ, ଗ୍ରାମ୍ୟ ଉନ୍ନୟନ, ଗୃହ ନିର୍ମାଣ ନଗର ଉନ୍ନୟନ, ଜଙ୍ଗଲ ପରିବେଶ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା,
ସୂଚନା ଓ ଲୋକସମ୍ପର୍କ ବିଭାଗ ରହିଛି। ସେହିପରି ଆଜି ଗୃହରେ CAG ରିପୋର୍ଟ ଉପସ୍ଥାପିତ ହେବ।

ବିଧାନସଭା କାର୍ଯ୍ୟସୂଚୀ ଅନୁସାରେ ୪ ତାରିଖରେ ଚଳିତ ଅଧିବେଶନ ଶେଷ ହେବାକୁ ଥିବା ବେଳେ, କୌଣସି ବେସରକାରୀ କାର୍ଯ୍ୟ ଦିବସ ରହିନଥିବାରୁ ଆଜି ବିଧାନସଭା ଶେଷ ହୋଇପାରେ ବୋଲି ଆଶା କରାଯାଉଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/IkBrN4U

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages