ଗତକାଲି ରାତିରେ ପଶ୍ଚିମବଙ୍ଗର ଖଡ଼ଗପୁର ଗ୍ରାମୀଣ ଥାନା ମାଦପୁର ନିକଟରେ ଏକ ବସରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ଜଣାଯାଇଛି। ଏହି ଅଗ୍ନିକାଣ୍ଡରେ ଓଡ଼ିଶାର ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ଜଣାଯାଇଛି।
ମୃତକଙ୍କ ନାଁ ପୁଷ୍ପାଞ୍ଜଳି ଦାସ । ତାଙ୍କ ଘର କେନ୍ଦ୍ରାପଡା ଜିଲ୍ଲା ନୋଳିଆ ଗାଁରେ । ତାଙ୍କ ସ୍ୱାମୀ କୋଲକତାରେ ଚାକିରି କରିଥିଲେ । ମହିଳାଜଣକ କୋଲକତାରେ ରହୁଥିବା ବେଳେ ଦୀପାବଳି ପାଇଁ ନିଜ ସ୍ୱାମୀ ଓ ପୁଅଙ୍କ ସହ ଘରକୁ ଯାଉଥିବା ବେଳେ ଏହି ଅଗ୍ନିକାଣ୍ଡରେ ସମ୍ପୂର୍ଣ୍ଣ ଜଳି ଯାଇଛନ୍ତି।
ନିଆଁ ଲାଗିଥିବା ବସରେ ସମୁଦାୟ ୩୮ଜଣ ଯାତ୍ରୀ ଥିଲେ । ସେମାନଙ୍କ ମଧ୍ୟରୁ ୩୧ ଜଣ ଓଡିଶାର ଥିବା ସୂଚନା ମିଳିଛି । କେନ୍ଦ୍ରାପଡାର ୧୬, ଯାଜପୁରର ୬ ଓ ପାରାଦୀପର ୨ଜଣ ଯାତ୍ରୀ ଅଛନ୍ତି।
ଅଗ୍ନିକାଣ୍ଡ ପରେ ଆହତମାନଙ୍କୁ ଉଦ୍ଧାର କରାଯାଇ ମେଦିନାପୁର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ଓ ଖଡପୁର ଗ୍ରାମୀଣ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।
ବସରେ କେମିତି ନିଆଁ ଲାଗିଲା ତାହା ସ୍ପଷ୍ଟ ସୂଚନା ମିଳିପାରୁନାହିଁ। କିନ୍ତୁ ମିଳୁଥିବା ସୂଚନା ଅନୁଯାୟୀ, ଗାଡ଼ି ଭିତରେ ବାଣ, ମହମବତି ଥିଲା। ଇଞ୍ଜିନ ନିକଟରେ ପ୍ରଥମେ ନିଆଁ ଲାଗିଥିଲା। ପୁଷ୍ପାଞ୍ଜଳି ପାଣି ଢାଳି ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ। ମାତ୍ର ତାହା ସମ୍ଭବ ହୋଇ ପାରି ନ ଥିଲା। ଗାଡ଼ିର ଡୋର ଲକ୍ ହୋଇ ଯାଇଥିଲା। ଫଳରେ ପ୍ରାଣ ବିକଳରେ ଯାତ୍ରୀମାନେ ଝରକା ଡେଇଁ ବାହାରକୁ ବାହାରିଥିଲେ
ନିଆଁଲାଗି ଯାଇଥିବା ବସଟି ଗତକାଲି ରାତିରେ କୋଲକତାର ବାବୁଘାଟ ବସଷ୍ଟାଣ୍ଡାରୁ ପାରାଦୀପ ଆସୁଥିଲା । ଅଧାବାଟରେ ହୁତୁହୁତୁ ହୋଇ ଜଳିଗଲା ଚଳନ୍ତା ବସ୍ ।
ଖବର ପାଇ ବାଲେଶ୍ୱର ଜିଲ୍ଲାପାଳଙ୍କ ପକ୍ଷରୁ ଆମ୍ବୁଲାନ୍ସ ସହ ଏକ ଡାକ୍ତରୀ ଟିମ୍ ଘଟଣାସ୍ଥଳକୁ ପଠାଯାଇଥିଲା । ଜଳେଶ୍ୱର ତହସିଲଦାର ମଧ୍ୟ ଘଟଣାସ୍ଥଳକୁ ଯାଇଥିଲେ । ଓଡିଶାର ଆହତ ମାନଙ୍କୁ ଏକ ସ୍ୱତନ୍ତ୍ର ବସରେ ଅଣାଯାଇଛି ।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/aeMgfOQ
No comments:
Post a Comment