ମା’ ତାରିଣୀଙ୍କୁ ଦର୍ଶନ କରିବା ପାଇଁ ଖୁସିରେ ବାହାରିଥିଲେ ଦୁଇଟି ପରିବାର । ହେଲେ ସେମାନେ ଖୁସି ଗୋଟିଏ ମିନିଟରେ ପାଣି ଫୋଟାକା ପରି ମିଳାଇ ଯାଇଥିଲା। ତାରିଣୀ ମନ୍ଦିର ମାତ୍ର ୩ କିଲୋମିଟର ଥିବା ବେଳେ ଘଟିଥଲା ମର୍ମନ୍ତୁଦ ଦୁର୍ଘଟଣା। ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ଭ୍ୟାନ୍ ଧକ୍କା ଦେବାରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୧୩ ଜଣ ଗୁରୁତର ଆହତ ହୋଇଛନ୍ତି। କେନ୍ଦୁଝର ଜିଲ୍ଲା NH ୨୦ ବାଲିଯୋଡ଼ି ନିକଟରେ ଆଜି ଭୋରରୁ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତାହତଙ୍କ ଘର ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ପୋଡ଼ାମାରି ଗାଁର ବୋଲି ଜଣାଯାଇଛି। ମୃତକଙ୍କ ମଧ୍ୟରେ ମହିଳା, ପୁରୁଷ ଓ ଛୋଟ ଛୁଆ ଥିବା ଜଣାଯାଇଛି।
ଏକ ଭ୍ୟାନ୍ରେ ଦିଗପହଣ୍ଡିରୁ ଦୁଇ ପରିବାରରର ୨୧ ଜଣ ତାରିଣୀ ଦର୍ଶନ ପାଇଁ ଆସୁଥିଲେ। ଆଜି ଭୋର ପ୍ରାୟ ୫ଟା ସମୟରେ NH ୨୦ ବାଲିଯୋଡ଼ି ନିକଟରେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ଭ୍ୟାନ୍ଟି ପଛରୁ ଧକ୍କା ଦେବାରୁ ଘଟଣାସ୍ଥଳରେ ୮ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨୧ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ ପ୍ରଥମେ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ୩ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ସ୍ଥା଼ନାନ୍ତର କରାଯାଇଛି।
ଦୁର୍ଘଟଣାରେ ଭ୍ୟାନ୍ଟି ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି। କୁହୁଡି ଯୋଗୁ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା କୁହାଯାଉଥିବା ବେଳେ ପ୍ରକୃତ କାରଣ ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/GCJgDZB
No comments:
Post a Comment