ପୋଲରୁ ୨୦ ଫୁଟ୍ ତଳକୁ ଖସିପଡ଼ିଲା କାର୍, ୩ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, November 18, 2023

ପୋଲରୁ ୨୦ ଫୁଟ୍ ତଳକୁ ଖସିପଡ଼ିଲା କାର୍, ୩ ଆହତ

ସୁନ୍ଦରଗଡ଼ ଜିଲ୍ଲା ମହୁଲପଦା ଥାନା ଫୁଲଝର ନଗରିଆ ପୋଲରୁ ପ୍ରାୟ ୨୦ ଫୁଟ୍ ତଳକୁ ଏକ କାର୍ ଖସି ପଡ଼ିବାରୁ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଆହତମାନେ ହେଉଛନ୍ତି- କେନ୍ଦୁଝର ଜିଲ୍ଲା କାଦଡ଼ିଆ ଗାଁର ଅଜିତ ମାହାନ୍ତ, ଓମକାର ବେହେରା ଓ ଯଦୁମଣି ମହାକୁଡ଼। ଅଜିତ ଓ ଓମକାରଙ୍କ ଅବସ୍ଥା ଗୁରୁତର ରହିଛି। ଓମକାର କାର୍ ଚଲାଉଥିଲେ।

ଗତକାଲି ରାତି ପ୍ରାୟ ୧ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଏହି ତିନି ଜଣ କାଦଡ଼ିଆରୁ ରାଉଲକେଲା ଅଭିମୁଖେ ଯାଉଥିବା କାର୍‌ଟି ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା।

ଆମ୍ବୁଲାନ୍ସ ଯୋଗେ ତିନି ଆହତଙ୍କୁ ବଣାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଗୁରୁତର ଥିବା ଅଜିତ ଓ ଓମକାରଙ୍କୁ ରାଉଲକେଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ମହୁଲପଦା ପୁଲିସ ଘଟଣାର ତଦନ୍ତ କରୁଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/DZQfBj4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages