ଆଜିଠୁ ଆରମ୍ଭ ବାଲିଯାତ୍ରା; ଲାଗିଛି ୧୪ଶହ ଷ୍ଟଲ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 26, 2023

ଆଜିଠୁ ଆରମ୍ଭ ବାଲିଯାତ୍ରା; ଲାଗିଛି ୧୪ଶହ ଷ୍ଟଲ୍

ଆଜିଠାରୁ ଆରମ୍ଭ ହେଉଛି ଐତିହାସିକ କଟକ ବାଲିଯାତ୍ରା। ନୌବାଣିଜ୍ୟ ପରମ୍ପରାର ସ୍ମୃତି  ଓ ସ୍ମାରକୀ ବହନ କରୁଥିବା ଏହି ବାଲିଯାତ୍ରା ଆଜି ସଂନ୍ଧ୍ୟାରେ ଉଦଘାଟିତ ହେବ। ପରଂପରା ଅନୁଯାୟୀ କାର୍ତ୍ତିକ ପୂର୍ଣ୍ଣମୀ ତିଥିରେ ଏହାର ଶୁଭାରମ୍ଭ ହୋଇଥାଏ।। ଚଳିତ ବର୍ଷ  ବାଲିଯାତ୍ରାର ଅନ୍ୟତମ ଆକର୍ଷଣ ସାଜିବ ରାଜ୍ୟର ପ୍ରଥମ ଥର ପାଇଁ ହେଉଥିବା ଫିସ୍  ଆକ୍ବାରିୟମ ଟନେଲ।

ଚଳିତ ବର୍ଷ ୧୪ଶହରୁ ଅଧିକ ଷ୍ଟଲ ହୋଇଥିବା ବେଳେ ଓରମାସ ପକ୍ଷରୁ ୪ଶହରୁ ଅଧିକ ଷ୍ଟଲ କରାଯାଇଛି। କଟକ-ଇନ-କଟକ ପ୍ୟାଭିଲିୟନରେ ଗାଁ ସଂସ୍କୃତି, ପରମ୍ପରା ଆଦିକୁ ସ୍ଥାନ ଦିଆଯାଇଛି। ଏଥିସହିତ ୩୦ ଫୁଟ୍ ଉଚ୍ଚର ବାଲୁକା କଳା ସହ ଏଲଇଡି ଲାଇଟ୍, ଲେଜର ଶୋ’ ଆଦି କରାଯାଇଛି।

ଡଷ୍ଟ ଫ୍ରି ବାଲିଯାତ୍ରା ପାଇଁ ପଡିଆରେ ସ୍ୱତନ୍ତ୍ର କେମିକାଲ ବ୍ୟବହାର କରିବାକୁ ବ୍ୟବସ୍ଥା ହୋଇଛି।ସେହପରି ଭଳିକି ଭଳି ଜିନିଷ ସାଙ୍ଗକୁ ଖାଦ୍ୟପେୟ ଷ୍ଟଲ ଏହା ଭିତରେ ଭରି ରହିଛି। ସୁରକ୍ଷା ଓ ଟ୍ରାଫିକ୍ ନିୟନ୍ତ୍ରଣ ନିମନ୍ତେ  ପୁଲିସ ଫୋର୍ସ ମୁତୟନ କରାଯାଇଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/RF2eZ6S

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages