ତେଲେଙ୍ଗାନାରେ ମତଦାନ ଆରମ୍ଭ; ସିଲ୍‌ ହେବ ୨୨୯୦ ପ୍ରାର୍ଥୀଙ୍କ ଭାଗ୍ୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 29, 2023

ତେଲେଙ୍ଗାନାରେ ମତଦାନ ଆରମ୍ଭ; ସିଲ୍‌ ହେବ ୨୨୯୦ ପ୍ରାର୍ଥୀଙ୍କ ଭାଗ୍ୟ

ଆଜି ତେଲେଙ୍ଗାନା ବିଧାନସଭା ଭୋଟ୍। ସମସ୍ତ ୧୧୯ଟି ଯାକ ଆସନରେ ଆରମ୍ଭ ହୋଇଛି ମତଦାନ। ୧୦୬ଟି ଆସନରେ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ଚାଲିବାକୁ ଥିବାବେଳେ ନକ୍ସଲ ଅଧ୍ୟୁଷିତ ୧୩ ଆସନରେ ଅପରାହ୍ନ ୪ଟା ସରିବ ଭୋଟ୍।

ତେଲେଙ୍ଗାନାରେ ଏଥର ଲଢ଼େଇ ମୁଖ୍ୟତଃ ଭାରତ ରାଷ୍ଟ୍ର ସମିତି, କଂଗ୍ରେସ ଓ ବିଜେପି ମଧ୍ୟରେ ହେବ। ବିଆରଏସ୍ ମୁଖ୍ୟ ତଥା ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ନିଜ ଦଳର ପ୍ରାର୍ଥୀଙ୍କ ପାଇଁ ୯୬ଟି ନିର୍ବାଚନ ରାଲି କରିଥିବାବେଳେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରୋଡ୍ ସୋ ମାଧ୍ୟମରେ ହାଇ ଭୋଲଟେଜ୍ ପ୍ରଚାର କରି ବିଜେପି ପ୍ରାର୍ଥୀଙ୍କ ଲାଗି ମାଗିଛନ୍ତି ଭୋଟ୍।

କଂଗ୍ରେସ ନେତା ରାହୁଲ ଗାନ୍ଧୀ, ସଭାପତି ମଲ୍ଲିକାର୍ଜୁନ ଖାଡଗେ ମଧ୍ୟ ମୁଖ୍ୟ ବିରୋଧୀଦଳ କଂଗ୍ରେସକୁ ଜିତାଇବାକୁ ପ୍ରାଣପଣେ ଉଦ୍ୟମ କରିଛନ୍ତି। ଏଥର ୩କୋଟି ୨୬ ଲକ୍ଷ ଭୋଟର ୨ହଜାର ୨୯୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଆଜି ମତଦାନ ପାଇଁ ୩୫ ହଜାର ୬୫୫ ପୋଲିଂ ବୁଥ୍ କରାଯାଇଥିବାବେଳେ ଅଢ଼େଇ ଲକ୍ଷ କର୍ମଚାରୀ ନିୟୋଜିତ ହୋଇଛନ୍ତି।

ଆଜି ତେଲେଙ୍ଗାନା ଭୋଟ୍ ସରିଲେ ଏହାକୁ ମିଶାଇ ୫ ରାଜ୍ୟ ଯଥାକ୍ରମେ ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼ ଓ ମିଜୋରାମରେ ବିଧାନସଭା ନିର୍ବାଚନ ସରିବ। ଡିସେମ୍ବର ୩ ତାରିଖରେ ଫଳାଫଳ ଘୋଷଣା ହେବ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/OhRyazZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages