ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ବିଭିନ୍ନ ସ୍ଥାନରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, November 26, 2023

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ବିଭିନ୍ନ ସ୍ଥାନରେ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଏହି ଅବସରରେ ‘ଆ କା ବା ବୈ...ପାନ ଗୁଆ ଥୋଇ, ପାନ ଗୁଆ ତୋର, ମାସକ ଧରମ ମୋର’ ଆଜି ଓଡ଼ିଶାର ଗାଁଠୁ ସହର ସବୁଠି କିଛି ଏଭଳି ଗୀତ ଗାଇ ଡଙ୍ଗା ଭସାଇଛନ୍ତି ଲୋକେ। ପୋଖରୀ, ନଦୀ, ସମୁଦ୍ରକୂଳରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି।

ଭୋରରୁ ମହିଳାମାନେ କଦଳୀ ପାଟୁଆ, କାଗଜ, ସୋଲରେ ଯିଏ ଯେମିତି ପାରିଲା ସେଥିରେ ଡଙ୍ଗା ପ୍ରସ୍ତୁତ କରି ଭସାଇଛନ୍ତି। ଦୀପ, ଧୂପ ଦେବା ସହ ବନ୍ଦାଣ କରିଛନ୍ତି।

ସେହିପରି ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ନିକଟ ବିନ୍ଦୁ ସାଗରରେ ଆଜି ଭୋରରୁ ଡଙ୍ଗା ଭସାଇଛନ୍ତି ଶ୍ରଦ୍ଧାଳୁ। ଉତ୍କଳର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ଲୋକେ ଡଙ୍ଗା ଭସାଇଛନ୍ତି।ଭୋରରୁ ବିନ୍ଦୁ ସାଗରରେ ଡଙ୍ଗା ଭସାଇବା ପାଇଁ ଲୋକଙ୍କର ପ୍ରବଳ ହୋଇଥିଲା।

କଟକରେ ବି ଆଜି ଭୋରରୁ ଡଙ୍ଗା ଭସା ପାଇଁ ଲୋକଙ୍କ ପ୍ରବଳ ଭିଡ଼ ଜମିଥିଲା। ଗଡ଼ଗଡ଼ିଆ ଘାଟରେ ଶତାଧିକ ଶ୍ରଦ୍ଧାଳୁ ବୋଇତ ବନ୍ଦାଣ କରିଥିଲେ। ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ଡଙ୍ଗା ଭସାଇଥିଲେ ଶ୍ରଦ୍ଧାଳୁ।

ଓଡ଼ିଶାର ଇତିହାସ ଓ ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ବୋଇତ ବନ୍ଦାଣ ଉତ୍ସବ ପାଳନ କରାଯାଇଥାଏ । ଓଡ଼ିଆ ସାଧବ ପୁଅ ମାନେ ଇଣ୍ଡୋନେସିଆର ବାଲି, ଜାଭା ଓ ସୁମାତ୍ରାକୁ ବାଣିଜ୍ୟ ପାଇଁ ନୌକାରେ ଯାତ୍ରା କରୁଥିଲେ। ଏହି ପରମ୍ପରାକୁ ମନେ ପକାଇ ପ୍ରତିବର୍ଷ କାର୍ତ୍ତିକ ପୂର୍ଣ୍ଣିମାରେ ବୋଇତ ବନ୍ଦାଣ କରାଯାଇଥାଏ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/t9EwMN8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages