ଆଜି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, କାଲିଠୁ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 13, 2023

ଆଜି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, କାଲିଠୁ ବର୍ଷା

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ୧୫ ତାରିଖରୁ ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସମ୍ଭାବ୍ୟ ଲଘୁଚାପ କ୍ଷେତ୍ରଟି କ୍ରମେ ଘନୀଭୂତ ହୋଇ ୧୬ ତାରିଖ ବେଳକୁ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ୧୫ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ଏଥିସହ ୧୬ ତାରିଖ ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହିସବୁ ଜିଲ୍ଲା ଗୁଡ଼ିକ ହେଲା ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ ଓ ଗଂଜାମ। ଏସବୁ ଜିଲ୍ଲାର ପାର୍ଶ୍ୱବର୍ତ୍ତୀ ଜିଲ୍ଲା ମାନଙ୍କରେ ମଧ୍ୟ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ରାଜ୍ୟରେ ଶୀତ ଆରମ୍ଭ ହୋଇଗଲାଣି। ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି। ଏହା ସହ ପାହାନ୍ତିଆରେ ମଧ୍ୟ କୁହୁଡ଼ି ମଧ୍ୟ ଦେଖିବାକୁ ମିଳୁଛି। ଦାରିଙ୍ଗିବାଡ଼ିରେ ଅଧିକ ଶୀତ ଅନୁଭୂତ ହେଉଛି। ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/Hec0sjT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages