ବସ୍‌କୁ ଅପେକ୍ଷା କରିଥିବା ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, November 21, 2023

ବସ୍‌କୁ ଅପେକ୍ଷା କରିଥିବା ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ

ବସ୍‌କୁ ଅପେକ୍ଷା କରି ରାସ୍ତା କଡ଼ରେ ଛିଡ଼ା ହୋଇଥିଲେ। ବସ୍‌ ଆସିଥିଲେ ନିଜ ନିଜ ଗନ୍ତବ୍ୟ ସ୍ଥଳ ଅଭିମୁଖେ ଚାଲି ଯାଇଥାନ୍ତେ। କିନ୍ତୁ ତା’ ପୂର୍ବରୁ ଘଟିଲା ଅଘଟଣ । ମାଡ଼ି ଆସିଲା ଯମ । ହଠାତ୍‌ ଦ୍ରୁତ ଗତିରେ ମାଡ଼ି ଆସୁଥିବା ଏକ କାର୍‌ ୨ ଜଣଙ୍କୁ ଦଳିଦେଲା। ଏହି ଦୁର୍ଘଟଣାରେ ଆଉ ଜଣେ ଗୁରୁତର ହୋଇଛନ୍ତି। ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡୀ- ପାଟପୁର ଥାନା ପୋଡ଼ାମାରି ବସଷ୍ଟାଣ୍ଡ ନିକଟରେ ଘଟିଛି।ଆଜି ଭୋର ସମୟରେ ଏହି ଅଘଟଣ ଘଟିଛି।

ପୋଡ଼ାମାରି ବସଷ୍ଟାଣ୍ଡ ନିକଟରେ ଆଜି ଭୋରରୁ ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ଲୋକ ବସ୍‌କୁ ଅପେକ୍ଷା କରି ଛିଡ଼ା ହୋଇଥିଲେ। ଉକ୍ତ ସମୟରେ ଦ୍ରୁତ ଗତିରେ ମାଡ଼ି ଆସୁଥିବା ଟ୍ରକ୍‌ ହଠାତ୍‌ ଲୋକଙ୍କ ଉପରେ ଚଢ଼ିଗଲା। ଏହାପରେ କାର୍‌ଟି ଆଖି ପିଛୁଳାକେ ଫେରାର ହୋଇଗଲା।

କାର୍‌ ଧକ୍କାରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଅଛି। ତାଙ୍କୁ ତୁରନ୍ତ ଦିଗପହଣ୍ଡି ମେଡିକାଲ ରେ ଭର୍ତ୍ତି କରାଯାଇଛି।

ଖବର ପାଇ ପାଟପୁର ପୁଲିସ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/BrQg5FL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages