ଭିଜିଲାନ୍ସ ଜାଲରେ ଥାନା ବାବୁ; ବାହାରୁଛି ପୁଳାପୁଳା ଟଙ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, November 27, 2023

ଭିଜିଲାନ୍ସ ଜାଲରେ ଥାନା ବାବୁ; ବାହାରୁଛି ପୁଳାପୁଳା ଟଙ୍କା

ଗତକାଲି ରାତିରେ କଟକ ସ୍ଥିତ ନିଜ ଘରକୁ ବସ୍‌ରେ ଯାଉଥିଲେ ଥାନା ବାବୁ। ଜୟପୁର ସ୍ଥିତ ଟାଙ୍କୁଆ ନିକଟରେ କୋରାପୁଟ ଜିଲ୍ଲାର ବୈପାରୀଗୁଡା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀଙ୍କୁ ଧରିଲା ଭିଜିଲାନ୍ସ। ଯାଞ୍ଚ ବେଳେ ସୁଶାନ୍ତଙ୍କ  ନିକଟରୁ  ୨ ଲକ୍ଷ ୭୦ ହଜାର ଟଙ୍କା ଜବତ କରିଥିଲା ଭିଜିଲାନ୍ସ। 

ଏତେ ପଇସା କୁଆଡ଼େ ଆଣିଲେ ସେନେଇ ସୁଶାନ୍ତଙ୍କୁ ପଚରାଉଚରା କରିଥିଲା ଭିଜିଲାନ୍ସ। ହେଲେ କୌଣସି ସ୍ପଷ୍ଟ ସୂଚନା ଦେଇପାରି ନଥିଲେ ଥାନା ବାବୁ। ଏନେଇ ଭିଜିଲାନ୍ସ ଅଧିକାରୀଙ୍କର ସନ୍ଦେହ ବଢ଼ିଥିଲା।

ଗତକାଲି ରାତିରେ ଭିଜିଲାନ୍ସ ଅଧିକାରୀ ମାନେ ସୁଶାନ୍ତଙ୍କ ଅଫିସ୍ ଚାମ୍ବର ଓ ସରକାରୀ ବାସଭବନରେ ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ IICଙ୍କ ଅଫିସ୍ ଚାମ୍ବରରୁ ୧ ଲକ୍ଷ ୮୦ ହଜାର ଟଙ୍କା ଜବତ ହୋଇଥିବା ବେଳେ ସରକାରୀ ବାସଭବନରୁ ୩ ଲକ୍ଷ ଟଙ୍କା ଜବତ କରିଥିଲା ଭିଜିଲାନ୍ସ। ଆଜି ଭିଜିଲାନ୍ସ ପକ୍ଷରୁ ଆଇଆଇସିଙ୍କ ପୈତୃକ ଘରେ ଚଢ଼ାଉ ହେବା ନେଇ ସୂଚନା ରହିଛି। ଏହାସହ ସୁଶାନ୍ତଙ୍କୁ ଭିଜିଲାନ୍ସ ଟିମ୍ ଅଟକ ରଖି ପଚରାଉଚରା କରୁଛି। 

ଆଇଆଇସି ସୁଶାନ୍ତ କୁମାରଙ୍କ ନାଁରେ ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଗତକାଲି ଭିଜିଲାନ୍ସ ତାଙ୍କୁ ଧରିଥିଲା।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/oLbvMAN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages