ଚଳଚଞ୍ଚଳ ଧବଳେଶ୍ୱର ପୀଠ, ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଉଛନ୍ତି ବାବା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, November 22, 2023

ଚଳଚଞ୍ଚଳ ଧବଳେଶ୍ୱର ପୀଠ, ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଉଛନ୍ତି ବାବା

ଆଜି ପହିଲି ପଞ୍ଚୁକ, ଆସନ୍ତା ଶନିବାର ବଡ଼ ଓଷା। ପଞ୍ଚକ ପାଇଁବେଶ୍‌ ଚଳଚଞ୍ଚଳ ହୋଇଉଠିଛି ଧବଳେଶ୍ୱର ପୀଠ ।

ସେଥିପାଇଁ ଆଜି ରାତି ୩ଟା ବେଳେ ଦ୍ୱାର ଫିଟା ଯାଇ ୧୦୮ ଗରା ଜଳରେ ମହାସ୍ନାନ କରାଯାଇଥିଲା। ଏହାପରେ ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇଥିଲା। ପରେ ଠାକୁରଙ୍କ ନିକଟରେ ବାଳ ଭୋଗ ସହ ଖେଚୁଡ଼ି ଭୋଗ ଲାଗି କରାଗଲା। ଏହାପରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ପାଇଁ ଛଡ଼ା ଯାଇଥିଲା।

ପହିଲି ପଞ୍ଚୁକରେ ବାବା ଧବଳେଶ୍ୱର ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଉଛନ୍ତି। ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।

ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ୱରଙ୍କ ପାଖରେ ଲାଗି କରାଯିବ ଗଜଭୋଗ ଓ ତରଣ। ବଡ଼ ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇବା ପରେ ବ୍ରତ ଉଦଯାପନ କରିଥାନ୍ତି।

ପଞ୍ଚୁକ ନିମନ୍ତେ ସକାଳୁ ସକାଳୁ ଧବଳେଶ୍ୱର ପୀଠରେ ପ୍ରବଳ ଭକ୍ତଙ୍କ ସମାଗମ ଆରମ୍ଭ ହୋଇଗଲାଣି। ଭକ୍ତମାନେ ଧାଡ଼ିରେ ଯାଇ ପ୍ରଭୁଙ୍କ ଦର୍ଶନ କରୁଛନ୍ତି। ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ପୁଲିସ୍‌ ଫୋର୍ସ ମୁତୟନ କରାଯାଇଛି। 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/cQEUZzM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages