୨୩ ଡିସେମ୍ବର, ଶନିବାର; ପାରିବାରିକ ଜୀବନ ସୁଖମୟ ହେବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, December 22, 2023

୨୩ ଡିସେମ୍ବର, ଶନିବାର; ପାରିବାରିକ ଜୀବନ ସୁଖମୟ ହେବ

ମେଷ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ଦେହ ମନ ସୁସ୍ଥ ରହିବ। ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ ।  

ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ସୁସ୍ୱାଦୁ ଭୋଜନ ମିଳିବ, ସମସ୍ତ ଆଶା ଅଭିଳାଷ ପୂରଣ ହେବ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ । କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ଆର୍ଥିକ ସମସ୍ୟାର ସମାଧାନ ହୋଇଯିବ । ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭଫଳ ମିଳିବ। ଅସମ୍ପୂର୍ଣ୍ଣ କାମକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହଞ୍ଚାଇବେ।

କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: କର୍ମକ୍ଷେତ୍ରରେ ଉପୁଜିଥିବା ପ୍ରତିବନ୍ଧକକୁ କୌଶଳକ୍ରମେ ସମାଧାନ କରିବେ । ଜୀବନସାଥି ସହିତ କୌଣସି ଦର୍ଶନୀୟ ସ୍ଥାନକୁ ଯାତ୍ରା କରିପାରନ୍ତି। ଯାତ୍ରାରେ ଶୁଭଫଳ ମିଳିବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ପ୍ରତିନ୍ଦ୍ୱନ୍ଦ୍ୱୀମାନେ ପରାଜିତ ହେବେ । ପୂର୍ବାପେକ୍ଷା ଆୟ ବୃଦ୍ଧି ଘଟିବ ।

କୁମ୍ଭ: ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୁରାନ୍ତୁ ନାହିଁ । ଛୋଟ ଛୋଟ କଥାକୁ ନେଇ ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ। ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ।

ମୀନ: ଦିନଟି ଆପଣଙ୍କ ପାଇଁ ଲାଭପ୍ରଦ ହେବ, କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ । ବିଦ୍ୟାର୍ଥିମାନେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ । ନୂତନ ନିଯୁକ୍ତି ପାଇବାର ସମ୍ଭାବନା ରହିଛି । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ, ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/CM8nFxw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages