୫ ଡିସେମ୍ବର, ମଙ୍ଗଳବାର; କଥା ଉପରେ ନିୟନ୍ତ୍ରଣ ରଖନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, December 4, 2023

୫ ଡିସେମ୍ବର, ମଙ୍ଗଳବାର; କଥା ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ସମସ୍ତ ଦିଗରେ ସଫଳତା ମିଳିବ । କୋର୍ଟ-କଚେରୀର ନ୍ୟାୟ ଆପଣଙ୍କ ସପକ୍ଷରେ ଆସିବ । ପରିବାରରେ ସୁଖ-ଶାନ୍ତି ପୂର୍ବ ପରି ଅତୁଟ ରହିବ । ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ। ମହିଳାମାନେ ଆଶା କରୁଥିବା ଦିଗରୁ ସଫଳତା ପାଇବେ ଓ ଦେହ ମନ ସୁସ୍ଥ ରହିବ ।

ବୃଷ : ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ । ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ । ସାହିତ୍ୟ ସଙ୍ଗୀତ ଅଭିନୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ । ଗୃହିଣୀମାନେ ହସ ଖୁସିରେ ଦିନ ଅତିବାହିତ କରିବେ । କଥା ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଅଯଥାରେ ପାଟିତୁଣ୍ଡ ହୋଇ ପାରେ ।

ମିଥୁନ:  ଆଶା କରୁଥିବା ଦିଗରୁ ଅର୍ଥ ମାନ ସମ୍ମାନ ଲାଭ କରିବେ । ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ଘଟିବ । ଗୁରୁଜନମାନଙ୍କ ଭଲ ପାଇବା ଲାଭ କରିବେ । କୌଣସି ସାମାଜିକ କାର୍ଯ୍ୟରେ ଯୋଗଦେବାକୁ ପଡ଼ିପାରେ । ବ୍ୟବସାୟ ବାଣିଜ୍ୟରେ ଆୟ ବୃଦ୍ଧି ପାଇବ। ଯାହାଫଳରେ ମନ ପ୍ରଫୁଲିତ ରହିବ ।

କର୍କଟ: ବ୍ୟବସାୟରେ ଲାଭ ମିଳିବ ଓ ବାକି ପଡ଼ିଥିବା ଅର୍ଥ ଆଦାୟ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ। ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବ ଏବଂ ଦୂରସ୍ଥାନକୁ ଗଲାବେଳେ ସାବଧାନତାର ସହିତ ଯାଆନ୍ତୁ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ:ନୂତନ ବ୍ୟବସାୟ ଆରମ୍ଭ କରିବେ ଓ ବନ୍ଧୁଙ୍କର ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଯିବାରୁ ମନ ଭଲ ରହିବ ନାହିଁ । ରାଜନୀତିରେ ଥିବା ବ୍ୟକ୍ତି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ ।

ମକର: ବ୍ୟବସାୟରେ ଲାଭ ପାଇବାରୁ ଘରପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ। ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଖୁସି ଖବର ପ୍ରାପ୍ତି ହେବ ଓ ସୁସ୍ୱାଦୁ ଭୋଜନ କରିବେ ।

କୁମ୍ଭ: କର୍ମକ୍ଷେତ୍ରରେ ମାନ-ସମ୍ମାନ ପ୍ରାପ୍ତ ହେବେ । ଦେହ ମନ ସୁସ୍ଥ ରହିବ । ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ମହିଳାମାନେ ଆଶା କରୁଥିବା ଦିଗରୁ ସଫଳତା ପାଇବେ। ବିଦ୍ୟାର୍ଥିମାନେ ପଢାପଢ଼ାରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ

ମୀନ:  କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବ, ଯାହା ଫଳରେ ମନ ପ୍ରଫୁଲିତ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଘରେ ବାହାରେ ସବୁଠି ଆଦର ସମ୍ମାନ ପ୍ରତିଷ୍ଠା ମିଳିବ । ଶରୀର ସୁସ୍ଥ ଓ ମନ ପ୍ରଫୁଲିତ ରହିବ । ନୂତନ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ରହିବ ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/KJYpEM4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages