ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 'ମିଗଜୋମ୍'। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ସ୍ଥଳଭାଗ ଛୁଇଁବା ନେଇ ଆକଳନ। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁସାରେ, ବାତ୍ୟା ମିଗଜୋମ୍ ଘନୀଭୂତ ହୋଇ ଆସନ୍ତାକାଲି ପୂର୍ବାହ୍ନରେ ଭୀଷଣବାତ୍ୟାର ରୂପ ନେବ। ପରେ ଆନ୍ଧ୍ରପ୍ରଦେଶର ନେଲୋର୍ ଏବଂ ମଛଲିପଟନମ୍ ମଧ୍ୟରେ ସ୍ଥଳ ଭାଗକୁ ଗତି କରିବ।
ଏହାର ପ୍ରଭାବରେ ତାମିଲନାଡୁ, ପୁଡୁଚେରୀ ଏବଂ ଆନ୍ଧ୍ର ପ୍ରଦେଶ ଉପକୂଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ପବନ ହେବାର ସମ୍ଭାବନା ରହିଛି। ବାତ୍ୟା ସମୟରେ ପବନର ସର୍ବାଧିକ ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର ରହିବ। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।
ଓଡିଶାରେ ବାତ୍ୟାର ବିଶେଷ ପ୍ରଭାବ ନଥିଲେ ମଧ୍ୟ ଏହାର ପ୍ରଭାବରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବର୍ଷା ହେବାକୁ ଥିବା ଜିଲ୍ଲାଗୁଡିକ ହେଉଛି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ। ସେହିପରି ଆସନ୍ତାକାଲି ପାଇଁ ୫ ଜିଲ୍ଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ପୁରୀକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।
ବାତ୍ୟା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦଳୀୟ କର୍ମୀଙ୍କୁ ଆହ୍ୱାନ କରିଛନ୍ତି। ସତର୍କ ରହିବା ସହ ପ୍ରଭାବିତ ସମସ୍ତ ରାଜ୍ୟ ସରକାରଙ୍କ ସହ ଯୋଡି ରହିବାକୁ ବିଜେପି କର୍ମକର୍ତ୍ତାଙ୍କୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ। ଗତକାଲି ଚାରି ରାଜ୍ୟ ବିଧାନସଭା ନିର୍ବାଚନୀ ଫଳାଫଳ ପ୍ରକାଶ ପାଇବା ପରେ ଏକ ସଭାକୁ ସମ୍ବୋଧିତ କରିବା ସମୟରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ପଡିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/lWh7n9v
No comments:
Post a Comment