କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ବାରିଗାଁ ନିକଟରେ ୨୦ ନମ୍ବର ଜାତୀୟ ରାଜପଥରେ ଆଜି ଏକ କାର୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ କାରରେ ଥିବା ୫ ଜଣ ଯାତ୍ରୀଙ୍କ ମଧ୍ୟରୁ ୪ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ସମସ୍ତ ଆହତ ହେଉଛନ୍ତି କଟକ ଜିଲ୍ଲା ବାଙ୍କୀର ଜଗନ୍ନାଥପୁର ଅଞ୍ଚଳର। ସେମାନେ ଗୋଟିଏ ପରିବାରର। କାର ଯୋଗେ ସେମାନେ ମା’ ତାରିଣୀଙ୍କ ଦର୍ଶନ ପାଇଁ ଘଟଗାଁ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା।
ଖବର ପାଇ ଘଷିପୁରା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ପୁଲିସ ସମସ୍ତ ଆହତଙ୍କୁ ଉଦ୍ଧାର କରି ଆନନ୍ଦପୁର ଡାକ୍ତରଖାନାକୁ ପଠାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ୪ ଆହତଙ୍କ ମଧ୍ୟରୁ ୩ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
from Latest Odisha Reporter News, Breaking News Today | Top Updates on Corona - OR News https://ift.tt/bWL0pwi
No comments:
Post a Comment