ସହଜ ହେବ ମାଟ୍ରିକ୍ ପରୀକ୍ଷା; ଛାତ୍ରଛାତ୍ରୀଙ୍କୁ ଦିଆଯିବ ନମୁନା ପ୍ରଶ୍ନପତ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, December 5, 2023

ସହଜ ହେବ ମାଟ୍ରିକ୍ ପରୀକ୍ଷା; ଛାତ୍ରଛାତ୍ରୀଙ୍କୁ ଦିଆଯିବ ନମୁନା ପ୍ରଶ୍ନପତ୍ର

ଆହୁରି ସହଜ ହେବ ମାଟ୍ରିକ୍ ପରୀକ୍ଷା। ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ  ଦିଆଯିବ ନମୁନା ପ୍ରଶ୍ନପତ୍ର। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ୨୦୨୪ ଦଶମ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ ହୋଇଛି। ଏହି ପ୍ରଶ୍ନପତ୍ର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବଣ୍ଟନ କରିବାକୁ ମାଧ୍ୟମିକ ଶିକ୍ଷାନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ ଏନେଇ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି।

ଚିଠିରେ ସେ ଉଲ୍ଲେଖ ଅଛି ଯେ, ବର୍ତ୍ତମାନ ପ୍ରଚଳିତ ପରୀକ୍ଷା ପଦ୍ଧତି ମୁତାବକ ନମୁନା ପ୍ରଶ୍ନପତ୍ର ତିଆରି ହୋଇଛି। ଓଡ଼ିଆ, ଇଂରାଜୀ,
ହିନ୍ଦୀ, ସଂସ୍କୃତ, ଗଣିତ, ବିଜ୍ଞାନ ଓ ସାମାଜିକ ବିଜ୍ଞାନ ବିଷୟର ଗୋଟିଏ ଲେଖାଏଁ ସେଟ୍ ନମୁନା ପ୍ରଶ୍ନପତ୍ର ପଠାଯିବ। ବାର୍ଷିକ ପରୀକ୍ଷାରେ ସମାନ ଢଙ୍ଗର ପ୍ରଶ୍ନପତ୍ର ପଡ଼ିବ। ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବୋର୍ଡ ପରୀକ୍ଷା ପ୍ରସ୍ତୁତିରେ ଏହି ନମୁନା ପ୍ରଶ୍ନପତ୍ର ବା ସାମ୍ପଲ କ୍ୱଶ୍ଚିନ ପେପର୍ ସହାୟକ ହେବ।

ସେଗୁଡ଼ିକ ବିଦ୍ୟାଳୟ ସ୍ତରରେ କିଭଳି ବିତରଣ ହେବ ସେ ଦିଗରେ ଡିଇଓମାନେ ପଦକ୍ଷେପ ନେବେ। ସମସ୍ତ ସ୍କୁଲର ପ୍ରଧାନଶିକ୍ଷକଙ୍କୁ ନମୁନା ପ୍ରଶ୍ନପତ୍ର ପଠାଇବା ସହ ଏହା ଯେପରି ସମସ୍ତ ଛାତ୍ରଛାତ୍ରୀଙ୍କ ନିକଟରେ ପହଞ୍ଚିବ ସେଦିଗରେ ବ୍ୟବସ୍ଥା କରିବେ। ଏଥିସହ ଡିଜିଟାଲ କ୍ୱଶ୍ଚିନ୍ ବ୍ୟାଙ୍କ ପାଇଁ ଜିଲ୍ଲା ସ୍ତରର ଅଭିଜ୍ଞ ଶିକ୍ଷକଙ୍କ ଦ୍ୱାରା ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ କରି ତାହାକୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ପଠାଇବାକୁ ମଧ୍ୟ କୁହାଯାଇଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/3GvBQEF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages