ପରିକ୍ରମା ପ୍ରକଳ୍ପ ଉତ୍ସବ ଲାଗି ଆଜିଠୁ କାର୍ଯ୍ୟକ୍ରମ ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 11, 2024

ପରିକ୍ରମା ପ୍ରକଳ୍ପ ଉତ୍ସବ ଲାଗି ଆଜିଠୁ କାର୍ଯ୍ୟକ୍ରମ ଆରମ୍ଭ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା ଉତ୍ସବ ଲାଗି ଆଜିଠୁ ଆରମ୍ଭ ହେବ କାର୍ଯ୍ୟକ୍ରମ। ଆଜି ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ଶ୍ରୀନଅର ଠାରେ ଗଜପତି ମହାରାଜା ଆଚାର୍ଯ୍ୟ ବରଣ କରିବେ । ଗୁଆଟେକା କାର୍ଯ୍ୟ ପରେ ଅଙ୍କୁରରୋପଣ ହେବ । ଆସନ୍ତାକାଲି ଦିନ ୧୧ଟାରୁ ରାତି ୮ଟା ଯାଏଁ ଅଙ୍କୁରପୂଜନ ହେବ। ୧୪ ତାରିଖରେ ଯଜ୍ଞ ଅଧିବାସ, ମଣ୍ଡଳସ୍ଥାପନ, ଧ୍ୱଜାସ୍ଥାପନ ଓ ତୋରଣ ସ୍ଥାପନ ହେବ । ୧୫ ତାରିଖ ସକାଳ ସାଢ଼େ ୭ଟାରେ ଅଖଣ୍ଡଦୀପ ସ୍ଥାପନ ସନ୍ଧ୍ୟା ୬ଟା ଭିତରେ ପଞ୍ଚକର୍ମ ସରିବ।

ଆଚାର୍ଯ୍ୟଙ୍କ ଦ୍ୱାରା ବ୍ରାହ୍ମଣ ବରଣ, ମଣ୍ଡଳ ପୂଜନ ହେବ। ଶ୍ରୀମନ୍ଦିର ଚାରିଦ୍ୱାରରେ ବେଦପାରାୟଣ ଏବଂ ଅନ୍ତପ୍ରଦକ୍ଷିଥ ପଥରେ ନାମ ସଂକୀର୍ତ୍ତନ, ହବନ, ଆରତୀ ଓ ପୁଷ୍ପାଞ୍ଜଳି ଆଦି ହେବ। ୧୬ରେ ସୂର୍ଯ୍ୟପୂଜା, ଧରିତ୍ରୀପୂଜା, ଗୋପୂଜା, ଶାଳା ପ୍ରବେଶ, ପଞ୍ଚକର୍ମ, ମଣ୍ଡଳପୂଜା, ପୁଷ୍ପାଞ୍ଜଳି, ଆରତୀ, ହବନ ଓ ସଂକୀର୍ତ୍ତନ ହେବ ।

୧୭ ତାରିଖ ବୁଧବାର ସକାଳ ୭ଟାରୁ ଆରମ୍ଭ ହୋଇଯିବ ପୂଜା ଓ ପ୍ରତିଷ୍ଠା କାର୍ଯ୍ୟ । ଅପରାହ୍ନ ୧ଟା ୧୫ରୁ ୧ଟା ୩୦ ମଧ୍ୟରେ ଶୁଭ ମୁହୂର୍ତ୍ତରେ ପ୍ରକଳ୍ପ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାପରେ ଦିନ ୧ଟା ୩୦ରୁ ୨ଟା ମଧ୍ୟରେ ଗଜପତି ମହାରାଜା ଯଜ୍ଞ ପୂର୍ଣ୍ଣାହୂତି ଦେବେ। ଅପରାହ୍ନ ୩ଟା ପରେ ପରିକ୍ରମା ମାର୍ଗକୁ ଯାଇପାରିବେ ସାଧାରଣ ଶ୍ରଦ୍ଧାଳୁ । 



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/DxhRMK7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages