ସିଂହଦ୍ୱାର ନିକଟରେ ମହିଳା ଶ୍ରଦ୍ଧାଳୁଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 17, 2024

ସିଂହଦ୍ୱାର ନିକଟରେ ମହିଳା ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ପୁରୀ ସିଂହଦ୍ୱାର ନିକଟରେ ଜଣେ ମହିଳା ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିନାହିଁ।

ଗତକାଲି ମହିଳା ଜଣଙ୍କ ଶ୍ରୀଜିଉଙ୍କୁ ଦର୍ଶନ କରିବା ପାଇଁ ପୁରୀ ଆସିଥିଲେ। ମହାପ୍ରଭୁଙ୍କୁ ଦର୍ଶନ ସାରି ଫେରିଲା ବେଳେ ସିଂହ ଦ୍ୱାର ନିକଟରେ ମହିଳା ଜଣଙ୍କ ଅସୁସ୍ଥ ଅନୁଭବ କରିଥିଲେ। ପରେ ସେ ଅଚେତ ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲା। ପୁଲିସ ଘଟଣାର ତଦନ୍ତ କରୁଛି ।

ସୂଚନାଯୋଗ୍ୟ,ଗତକାଲି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପିତ ହୋଇଥିଲା। ଅପରାହ୍ନ ସାଢ଼େ ଗୋଟାଏରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଜପତି ମହାରାଜା ଦିବ୍ୟସିଂହଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କରିଥିଲେ। ଲୋକାର୍ପଣ ଫଳକରେ ନଡ଼ିଆ ପିଟି ଲୋକାର୍ପିତ କରିଥିଲେ ମୁଖ୍ୟମନ୍ତ୍ରୀ।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/vkZdpNc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages