ଆଜି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ; ପରେଡରେ ଭାଗ ନେବେ ୬୪ କଣ୍ଟିଜେଣ୍ଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, January 25, 2024

ଆଜି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ; ପରେଡରେ ଭାଗ ନେବେ ୬୪ କଣ୍ଟିଜେଣ୍ଟ

ଆଜି ୭୫ତମ ସାଧାରଣତନ୍ତ୍ର ଦିବସ। ଦିଲ୍ଲୀରୁ ପଲ୍ଲୀ ଯାଏଁ ଆଜି ଗଣତନ୍ତ୍ରର ସବୁଠୁ ବଡ଼ ପର୍ବକୁ ପାଳନ କରାଯାଉଛି। ସେହିପରି ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟସାଧାରଣତନ୍ତ୍ର ଦିବସ। ରାଜ୍ୟପାଳ ରଘୁବର ଦାସ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନୀତ ଅତିଥି ଭାବେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।

ଏଥର ପରେଡର ନେତୃତ୍ୱ ନେବେ IPS ଅଫିସର ଏ.ବି. ଶିଳ୍ପା। ପରେଡ଼ରେ ମୋଟ ୬୪ କଣ୍ଟିଜେଣ୍ଟ ଭାଗ ନେବ। ITBP, CRPF ,BSF, FIRE, ODRAF, ଓଡିଶା ହୋମ୍ ଗାର୍ଡ, RPF, SAINIK SCHOOL ପୁଲିସ ବ୍ୟାଣ୍ଡ ସମତେ ବିଭିନ୍ନ ସ୍କୁଲର ଛାତ୍ର ଛାତ୍ରୀ ପରେଡ଼ରେ ସାମିଲ ହେବେ।

ଏହାସହ ୪ଟି ସାଂସ୍କୃତିକ ଦଳ, ସ୍କେଟିଂ, ଡେୟାର ଡେଭିଲ୍ସ ବି ପରେଡ଼ରେ ସାମିଲ ହେବେ। ପଡୋଶୀ ରାଜ୍ୟ ଝାଡ଼ଖଣ୍ଡ ପୁଲିସ ପରେଡରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ତ୍ରିସ୍ତରୀୟ ସୁରକ୍ଷା ବଳୟରେ ରହିଛି ସମ୍ପୂର୍ଣ୍ଣ ଗାନ୍ଧି ମାର୍ଗ। ସୁରକ୍ଷା ଦାୟିତ୍ୱରେ ବିଭିନ୍ନ ରାଙ୍କର ୧୬୦ ଅଫିସର, ୩୦୦ କନେଷ୍ଟବଳ, ୯୦ସେକ୍ସନ ଫୋର୍ସ ଏବଂ ୧୫୦ ହୋମ ଗାର୍ଡ ଅଛନ୍ତି।

ସେହିଭଳି QRT, ATS , ବମ୍ ଡିସ୍ପୋଜାଲ ସହ କାନାଇନ ସ୍କ୍ୱାର୍ଡ ମଧ୍ୟ ମୁତୟନ ହୋଇଛନ୍ତି। ସେହିଭଳି ରାଜ୍ୟର ନଲ୍ସଲ ପ୍ରଭାବିତ ଜିଲ୍ଲାଗୁଡିକରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/wPnSj8s

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages