ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ ଆଡଭାନୀ, ଜଣାଇଲେ ସମ୍ମତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 10, 2024

ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ ଆଡଭାନୀ, ଜଣାଇଲେ ସମ୍ମତି

ଅଯୋଧ୍ୟାରେ ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ ବରିଷ୍ଠ ବିଜେପି ନେତା ତଥା ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ । ଗତକାଲି ବିଶ୍ୱ ହିନ୍ଦୁ ପରିଷଦର ଆନ୍ତର୍ଜାତିକ କାର୍ଯ୍ୟକାରୀ ସଭାପତି ଆଲୋକ କୁମାର ଆଡଭାନୀଙ୍କ ବାସଭବନକୁ ଯାଇ ନିମନ୍ତ୍ରଣ ପତ୍ର ଦେଇଥିବା ବେଳେ ଏଥିନିମନ୍ତେ ସେ ସମ୍ମତି ଜଣାଇଛନ୍ତି।

ଆଡଭାନୀଙ୍କ ଅଯୋଧ୍ୟା ଗସ୍ତ ବେଳେ ତାଙ୍କୁ ସମସ୍ତ ପ୍ରକାର ସୁବିଧା ସୁଯୋଗ ଦିଆଯିବ। ୯୬ବର୍ଷୀୟ ଆଡଭାନୀଙ୍କ ଚିକିତ୍ସା ପାଇଁ ମେଡିକାଲ ଟିମ୍ ମଧ୍ୟ ମହଜୁଦ ରହିବେ।

ଏହି ପରିପ୍ରେକ୍ଷୀରେ ନିଜ ଖୁସି ବ୍ୟକ୍ତ କରି ଆଡଭାଣୀ କହିଛନ୍ତି, ଶ୍ରୀରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବାର ସୁଯୋଗ ପାଇବା ଖୁବ୍‌ ସୌଭାଗ୍ୟର ବିଷୟ । କାରଣ ଏହା କେବଳ ଏକ ମନ୍ଦିର ନୁହେଁ, ଏହା ଦେଶର ପବିତ୍ରତା, ମର୍ଯ୍ୟାଦାର ପ୍ରସଙ୍ଗ ଅଟେ । ଶ୍ରୀରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଖେଇ ଆସୁଥିବା ବେଳେ ସମଗ୍ର ଦେଶର ପରିବେଶ ମଙ୍ଗଳମୟ ହୋଇ ଉଠିଲାଣି। ତେଣୁ ଏପରି ସୁବର୍ଣ୍ଣ ସୁଯୋଗରେ ସାମିଲ ହେବା, ପ୍ରତ୍ୟକ୍ଷଦର୍ଶୀ ହେବାର ସୌଭାଗ୍ୟ ପାଇଥିବାରୁ ମୁଁ ନିଜକୁ ଖୁବ୍‌ ଭାଗ୍ୟଶାଳୀ ମନେ କରୁଛି।

ଏହାବାଦ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ମୁଖ୍ୟ ମୋହନ ଭାଗବତଙ୍କୁ ମଧ୍ୟ ଆନୁଷ୍ଠାନିକ ନିମନ୍ତ୍ରଣ ଦିଆଯାଇଛି । ରାମ ମନ୍ଦିର ନିର୍ମାଣ କମିଟି ଅଧ୍ୟକ୍ଷ ନୃପେନ୍ଦ୍ର ମିଶ୍ର ଓ ବିଶ୍ୱ ହିନ୍ଦୁ ପରିଷଦର ଆନ୍ତର୍ଜାତିକ କାର୍ଯ୍ୟକାରୀ ସଭାପତି ଆଲୋକ କୁମାର ନୂଆଦିଲ୍ଲୀରେ ମୋହନ ଭାଗବତଙ୍କୁ ଭେଟି ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ ଦେଇଥିଲେ ।

ଆସନ୍ତା ୨୨ରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ହେବ । ଏଡି ସମୟରେ ପ୍ରଧାନମନତ୍ରୀ ଗର୍ଭଗୃହରେ ଉପସ୍ଥିତ ରହିବେ। ଏହାର ସପ୍ତାହକ ପୂର୍ବରୁ ଅର୍ଥାତ ୧୬ ତାରିଖରୁ ବିଭିନ୍ନ ଧାର୍ମିକ କାର୍ଯ୍ୟକ୍ରମ ଆରମ୍ଭ ହୋଇଯିବ । ଏହି କାର୍ଯ୍ୟକ୍ରମରେ ସାମିଲ ହେବାକୁ ପ୍ରସ୍ତତ ହୋଇଥିବା ଅତିଥି ତାଲିକାରେ ୧୫୦ ସମୁଦାୟ ସହ ଜଡ଼ିତ ଲୋକଙ୍କୁ ସାମିଲ କରାଯାଇଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/Benj09h

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages