ଆଜି ମକର ସଂକ୍ରାନ୍ତି, ମକର ଚୌରାଅଶି ବେଶରେ ଦର୍ଶନ ଦେବେ ଶ୍ରୀଜିଉ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, January 14, 2024

ଆଜି ମକର ସଂକ୍ରାନ୍ତି, ମକର ଚୌରାଅଶି ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ଆଜି ପବିତ୍ର ମକର ସଂକ୍ରାନ୍ତି। ଇଷ୍ଟଦେବୀଙ୍କ ଠାରେ ଲାଗି ହେବା ପରେ ଘରେ ଘରେ ଲୋକ ମକର ଚାଉଳ ଖାଇବେ। ନୂତନ ବସ୍ତ୍ର ପିନ୍ଧି ଘରର ବୟୋଜ୍ୟେଷ୍ଠ ମାନଙ୍କୁ ମୁଣ୍ଡିଆ ମାରିବେ। ଏହାପରେ ଘରେ ପ୍ରସ୍ତୁତ ଭଳିକି ଭଳି ପିଠା ସହ ମିଠା ଖାଇବାର ପରମ୍ପରା ରହିଛି।

ଆଜିର ଦିନରେ ଗୁଡ଼ି ଉଡାଇବାର ମଧ୍ୟ ପରମ୍ପରା ରହିଛି। ତେବେ ସୁରକ୍ଷା ଦୃଷ୍ଟିରୁ ଗୁଡ଼ି ଉଡାଇବାବେଳେ ମାଞ୍ଝା ସୁତା କିମ୍ବା ଚାଇନିଜ୍ ସୂତା ବ୍ୟବହାର ନକରିବାକୁ ପୁଲିସ କଡ଼ା ଚେତାବନୀ ଦେଇଛି।

‌ସେହିପରି କଟକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାରେ ଆରମ୍ଭ ହୋଇଛି ମକର ମେଳା। ଅନ୍ୟପକ୍ଷରେ ଆଜିଠାରୁ ସୂର୍ଯ୍ୟଙ୍କ ହେବ ଉତ୍ତରାୟଣ। ଧୀରେ ଧୀରେ ଦିନ ବଢିବା ସହ ରାତି କମିବ। ଦକ୍ଷିଣ ଭାରତରେ ବି ପୋଙ୍ଗଲର ମାହୋଲ ଆଜି ପୋଙ୍ଗଲର ଶେଷ ଦିନ ଥିବାରୁ ତେଲୁଗୁ ସଂପ୍ରଦାୟର ଭାଇ ଭଉଣୀ ଏହି ଦିନକୁ ଧୁମଧାମରେ ପାଳନ କରୁଛନ୍ତି।।ସପରିବାର ମକର ଚାଉଳ ରାନ୍ଧିବା ସହ ପିଠା ମିଠା ଖାଇ ପର୍ବ ପାଳନ କରୁଛନ୍ତି।

ପବିତ୍ର ମକର ସଂକ୍ରାନ୍ତି ଅବସରରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଛି ସ୍ୱତନ୍ତ୍ର ନୀତିକାନ୍ତି। ମକର ସଂକ୍ରାନ୍ତିରେ ମକରଚୌରାଶୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ମହାପ୍ରଭୁଙ୍କ ସର୍ବାଙ୍ଗ ନୀତି କରାଯାଇ ନୂଆ ଲୁଗା, ଚୂଳ ମାଳ ଲାଗି କରାଯାଇ ଛଅମୂର୍ତ୍ତୀ ଅଳଙ୍କାରରେ ଭୂଷିତ ହୋଇଛନ୍ତି ଶ୍ରୀଜିଉ। ମଧ୍ୟାହ୍ନ ଧୂପ ପରେ ନଡିଆ, ଘିଅ, ମିଠା, ଦୁଧ, ସର, ଖୁଆ ଓ ଚାଉଳର ମିଶ୍ରଣରେ ପ୍ରସ୍ତୁତ ମକର ଭୋଗ ଶ୍ରୀଜିଉଙ୍କ ପାଖରେ
ଲାଗି ହେବ। ଏ ଅବସରରେ ବିଭିନ୍ନ ମଠ ମନ୍ଦିର ଏବଂ ଶ୍ରୀକ୍ଷେତ୍ରର ଘରେ ଘରେ ମକର ଚାଉଳ ପ୍ରସ୍ତୁତ କରାଯାଇ ଭୋଗ ରୂପେ ଅର୍ପଣ କରିବାର ପରମ୍ପରା ରହିଛି।



from Latest Odisha Reporter News, Breaking News Today | Top Updates on Corona - OR News https://ift.tt/aqBudnH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages